ପ୍ରମୁଖ ଖବର

ସ୍ବର୍ଗତଃ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କୁ ପଚରାଉଚରା ସୂଚନା। ଆୟକର ବିଭାଗର ପଚରାଉଚରା ସୂଚନା। ପ୍ରାୟ ୪ ଘଣ୍ଟା ଧରି ପଚରାଉଚରା କରାଯାଇଥିବା ପ୍ରାଥମିକ ସୂଚନା
।ବିଜେପିରୁ ବରିଷ୍ଠ ନେତା ବିଜୟ ମହାପାତ୍ର ବହିଷ୍କୃତ, ଦଳ ବିରୋଧୀ କାର୍ଯ୍ୟ ଓ ଅନୁଶାସନ ଭଙ୍ଗ ଅଭିଯୋଗରେ ବହିଷ୍କୃତ
ବିଜେଡି କର୍ମୀଙ୍କ ଆକ୍ରମଣ ବିଜେପି କର୍ମୀଙ୍କ ମୃତ୍ୟୁ, ୩ ଜଣ ଗୁରୁତର ଆହତ
ସ୍ଥିତି ଅଣାୟତ୍ତ ହେଉଥିବା ଦେଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ୧୪୪ ଧାରି ଜାରି, ଗଞ୍ଜାମ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି
ପୁରୀରେ ସଫେଇ କର୍ମଚାରୀଙ୍କ ଉପରେ ବୋମା ମାଡ଼, ଘଟଣାରେ ଦୁଇ ଜଣ ସଫେଇ କର୍ମଚାରୀ ଆହତ

ବିହାରର ବକ୍ସରରେ ଏକ ବଡ଼ ଟ୍ରେନ୍ ଦୁର୍ଘଟଣା

0

ପାଟନା: ବିହାରର ବକ୍ସରରେ ଏକ ବଡ଼ ଟ୍ରେନ୍ ଦୁର୍ଘଟଣା ଘଟିଛି। ନର୍ଥ ଇଷ୍ଟ ଏକ୍ସପ୍ରେସର ଛଅଟି ବଗି ଲାଇନଚ୍ୟୁତ ହୋଇଥିବାର ଖବର ସାମ୍ନାକୁ ଆସୁଛି | ମିଳିଥିବା ସୂଚନା ମୁତାବକ ବକ୍ସର ଏବଂ ଆରା ମଧ୍ୟରେ ଥିବା ରଘୁନାଥପୁର ଷ୍ଟେସନ ନିକଟରେ ଏହି ଦୁର୍ଘଟଣା ଘଟିଛି | ରାତି ପ୍ରାୟ ଦଶଟା ବେଳେ ଏହି ଦୁର୍ଘଟଣା ଘଟିଥିବାବେଳେ ଏହି ଦୁର୍ଘଟଣାରେ ଅନେକ ଯାତ୍ରୀ ଆହତ ହୋଇଥିବା ଖବର ରହିଛି। ଏହି ଟ୍ରେନ ଦିଲ୍ଲୀରୁ ଗୁଆହାଟୀ ଯାଉଥିଲା | ରେଳ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ରିଲିଫ ଓ ଉଦ୍ଧାର କାର୍ଯ୍ୟ ଚାଲିଛି।

Leave A Reply

Your email address will not be published.