ପ୍ରମୁଖ ଖବର

ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ୭୯ ବର୍ଷରେ ପରଲୋକ
ଅମିତାଭଙ୍କ ‘ଜଲ୍‌ସା’କୁ ବୋମାରେ ଉଡ଼ାଇବା ଧମକ, ଟାର୍ଗେଟ୍‌ରେ ଦିଲଜିତ ଦୋସାଞ୍ଜ
ଅରୁଣାଚଳରେ ଭାରତ-ଚୀନ୍‌ ସୈନିକ ମୁହାଁମୁହିଁ
୨୯ରୁ ଓସିଏସ୍‌ ମୁଖ୍ୟ ପରୀକ୍ଷା, ଆଜିଠୁ ମିଳିବ ଆଡମିଟ୍‌ କାର୍ଡ
ଏସିଆନ ପାରା ଗେମ୍ସ: ପ୍ରମୋଦଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ ନିତେଶ

ଏଥର ଭିଜିବ ଦଶହରା !

0

ଭୁବନେଶ୍ବର: ଅକ୍ଟୋବର ୨୩ରୁ ୨୬ ତାରିଖ ଯାଏ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୧୮ ତାରିଖ ବେଳକୁ ବଙ୍ଗୋପସାଗରରେ ଘୂ୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା । ଯାହାର ପ୍ରଭାବରେ ଉତ୍ତର ଓଡ଼ିଶା ଓ ଉପକୁଳ ଓଡ଼ିଶା ରେ ବର୍ଷା ଆଶଙ୍କା । 

ସୂଚନାଯୋଗ୍ୟ, ଆସନ୍ତା ୧୮/୧୯ ତାରିଖବେଳକୁ ଏକ ଘୂର୍ତ୍ତିର୍ବଳୟ ସୃଷ୍ଟି ହେବା ପରେ ଏହାର ଗତି ଓଡ଼ିଶା ଉପକୂଲ ଆଡ଼କୁ ରହିବ । ଆସନ୍ତା ୨୨ କିମ୍ବା ୨୩ ତାରିଖବେଳକୁ ଏହା ଘନୀଭୂତ ହୋଇ ଲଘୁଚାପ ରୂପ ନେଇପାରେ । ୨୩ତାରିଖବେଳକୁ ଏହା ଦକ୍ଷିଣ ଓଡ଼ିଶା ଉପକୂଳରେ ପ୍ରଭାବ ପକାଇବ। ଏହା ପ୍ରଭାବରେ ୨୩ରୁ ୨୬ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ମୁଖ୍ୟତଃ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ।

Leave A Reply

Your email address will not be published.