ପ୍ରମୁଖ ଖବର

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ମନା
ଇତିହାସ ରଚିଲା ଇସ୍ରୋ; ସଫଳତାର ସହ ଲଞ୍ଚ ହେଲା ବିଶ୍ବର ମହଙ୍ଗା ସାଟେଲାଇଟ୍‌ ‘ନିସାର’
ରୁଷର କାମଚଟକା ଉପଦ୍ୱୀପରେ ୮.୮ ତୀବ୍ରତାର ଏକ ସୁପରପାୱାର ଭୂମିକମ୍ପ ଅନୁଭୂତ
ଜମ୍ମୁକାଶ୍ମୀରରେ ଏନ୍‌କାଉଣ୍ଟର; ୨ ଆତଙ୍କବାଦୀ ନିପାତ
ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଜମ୍ମୁକାଶ୍ମୀର: ନଦୀକୁ ଖସିଲା ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ବସ୍

ଛତିଶା ନିଯୋଗ ବୈଠକରେ କାର୍ତ୍ତିକ ମାସ ନୀତି ଚୂଡ଼ାନ୍ତ

0

ପୁରୀ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସଙ୍କ ଅଧ୍ୟକ୍ଷତାରେ ଆଜି ପୁରୀର ନୀଳାଦ୍ରି ଭକ୍ତ ନିବାସରେ ହୋଇଥିବା ଛତିଶା ନିଯୋଗ ବୈଠକରେ କାର୍ତ୍ତିକ ମାସ ନୀତି ଚୂଡ଼ାନ୍ତ ହୋଇଛି। ହବିଷ୍ୟାଳୀଙ୍କ ଦର୍ଶନ ଉପରେ ଅଧିକ ଗୁରୁତ୍ଵ ଦିଆଯାଇଛି। ସେହିପରି ଶୃଙ୍ଖଳିତ ନୀତି ,ବାଳଭୋଗ ଓ କିଭଳି ଠିକ୍ ସମୟରେ ମହାପ୍ରସାଦ ବାହାରିବ , କାର୍ତ୍ତିକ ମାସର ଶେଷ ୫ ଦିନରେ ପ୍ରଭୁଙ୍କ ୫ଟି ବେଶ ସମୟରେ ଭିଡ ନିୟନ୍ତ୍ରଣ ଉପରେ ଆଲୋଚନା ହୋଇଛି। କୌଣସି ସ୍ଥାନରେ ଶ୍ରଦ୍ଧାଳୁ ଠିଆ ହୋଇ ରହିବେ ନାହିଁ।

୨୮ ତାରିଖରେ ହେବାକୁ ଥିବା ଖଣ୍ଡ ଗ୍ରାସ ଚନ୍ଦ୍ରଗ୍ରହଣ ପାଇଁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ହୋଇଛି। ୨୮ ତାରିଖ ଦିନ ଭୋର ୪.୩୦ରୁ ୫.୩୦ ମଧ୍ୟରେ ରାଧା ଦାମୋଦର ବେଶ, ସକାଳ ୮ ଟା ରୁ ୮.୩୦ ମଧ୍ୟରେ ବାଳ ଭୋଗ ଓ ଅପରାହ୍ନ ୨ଟାରେ ଗ୍ରହଣ ମହାସ୍ନାନ ଶେଷ ହେବ । ସେହିଦିନ ୪ଟା ୪ ମିନିଟ ୫୫ ସେକେଣ୍ଡରୁ ପାକ ତ୍ୟାଗ ଓ ଦେବ ନୀତି ନିଷିଦ୍ଧ ହେବ। ଆସନ୍ତା ୨୫ ତାରିଖରୁ ନଭେମ୍ବର ୨୭ ତାରିଖ ପର୍ଯ୍ୟନ୍ତ ପ୍ରତିଦିନ ରାତି ୪ ଟାରେ ଦ୍ଵାର ଫିଟା, ସକାଳ ୬.୩୦ ରୁ ୭.୩୦ ମଧ୍ୟରେ ରାଧା ଦାମୋଦର ବେଶ, ସକାଳ ୧୦.୦୦ ରୁ ୧୦.୩୦ ମଧ୍ୟରେ ବାଳ ଧୂପ ଶେଷ ହେବ।

ତେବେ ଏହି ମାସରେ କେବଳ ହବିଷ୍ୟାଳୀ ନୁହେଁ, ଭକ୍ତଙ୍କ ଅସମ୍ଭବ ଭିଡ଼କୁ ଦୃଷ୍ଟିରେ ରଖି ରୋଷଘରକୁ ଦର୍ଶନ ପାଇଁ କୌଣସି ଭକ୍ତଙ୍କୁ ଛଡାଯିବ ନାହିଁ। ସେହିପରି କୌଣସି ଭକ୍ତ ଗୋଟିଏ ସ୍ଥାନରେ ଛିଡା ହୋଇ ରହିବେ ନାହିଁ । ହବିଷ୍ୟାଳୀଙ୍କ ସହ ବୃଦ୍ଧ,ବୃଦ୍ଧାଙ୍କ ଦର୍ଶନ ଉପରେ ଗୁରୁତ୍ବ ଦେଇ ସ୍ବତନ୍ତ୍ର ଯୋଜନା କରାଯାଉଛି। ବୈଠକରେ ଶାଳିନତା ପୂର୍ବକ ପୋଷାକ ପରିଧାନ ଉପରେ ସବୁ ନିଯୋଗ ସହାୟତା କରିବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି । ଏହି ବୈଠକରେ ଛତିଶା ନିଯୋଗର ସଦସ୍ୟ ଉପସ୍ଥିତ ଥିଲେ। ପୂର୍ବରୁ ନୀତି ସବ କମିଟି ବୈଠକରେ ଚୂଡାନ୍ତ କାର୍ତ୍ତିକ ମାସ ନୀତିକାନ୍ତି ଉପରେ ଛତିଶା ନିଯୋଗ ମୋହର ମାରିଛି ।

Leave A Reply

Your email address will not be published.