ପ୍ରମୁଖ ଖବର

ଆଜି ଆସୁଛନ୍ତି ମୋଦୀ: ରାତି ୮.୩୦ରେ ଜନପଥରେ ରୋଡ୍‌ ସୋ’, ଶନିବାର କନ୍ଧମାଳ, ବଲାଙ୍ଗୀର ଓ ବରଗଡ଼ରେ ଜନସଭା
ଆଜି ଅକ୍ଷୟ ତୃତୀୟା: ରଥଯାତ୍ରା ପାଇଁ ଅନୁକୂଳ ହେବ ରଥକାଠ, ଆଜିଠୁ ୨୧ ଦିନ ଧରି ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳିବେ ମହାପ୍ରଭୁ
ଆଜି ପବିତ୍ର ଅକ୍ଷୟ ତୃତୀୟା,ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଆରମ୍ଭ ହେବ ରଥ ନିର୍ମାଣ କାର୍ଯ୍ୟ
ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ଆରମ୍ଭ, ଏହି ଅବସରରେ ଶ୍ରୀଲିଙ୍ଗରାଜ, ମା’ ପାର୍ବତୀ, ମା’ ଦୁର୍ଗା ଓ ବାସୁଦେବ ବିନ୍ଦୁସାଗରରେ ଖେଳିବେ ଚାପ
ସମ୍ବଲପୁର ଶୀତଳଷଷ୍ଠୀ; ଆଜି ଥାଳ ଉଠା ସହ କରାଯିବ କନ୍ୟା ମାତା ପିତା ଚୟନ
ଆଜିଠୁ ଖୋଲିବ କେଦାରନାଥ ଧାମ, ୪୦ କ୍ୱିଣ୍ଟାଲ ଫୁଲରେ ସଜା ହୋଇଛି ମନ୍ଦିର
ନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ର ପାଇଁ ଆଜି ନାମାଙ୍କନ ପତ୍ର ଦାଖଲ କରିବେ ବିଜେପି ସାଂସଦ ପ୍ରାର୍ଥୀ ବୈଜୟନ୍ତ ପଣ୍ଡା

କେନ୍ଦ୍ର ଓ ରାଜ୍ୟ ସରକାର ସମଲିଙ୍ଗୀଙ୍କ ଅଧିକାର ନେଇ ଉଚିତ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

0

ନୂଆଦିଲ୍ଲୀ: ସମଲିଙ୍ଗୀ ବିବାହର ବୈଧୀକରଣକୁ ନେଇ ସୁପ୍ରିମ୍‌କୋର୍ଟ ସଂରକ୍ଷିତ ରଖିଥିବା ରାୟ ଆଜି ପ୍ରକାଶ ପାଇଛି। ସର୍ବୋଚ୍ଚ ଅଦାଲତ  ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେଇ ପାରିବେ ନାହିଁ ବୋଲି କହିଛନ୍ତି। ନୂତନ ଆଇନ ପ୍ରଣୟନ କରିବା ସଂସଦ ବା ବ୍ୟବସ୍ଥାପନା ସଭାର ଅଧିକାର। ତେଣୁ ଏ ସଂକ୍ରାନ୍ତୀୟ ଆଇନ ପ୍ରଣୟନ ସଂସଦର ଅଧିକାର କ୍ଷେତ୍ର ବୋଲି ପ୍ରଧାନବିଚାରପତି ଜଷ୍ଟିସ୍ ଡି ୱାଇ ଚନ୍ଦ୍ରଚୂଡ଼ କହିଛନ୍ତି।

ଉଳ୍ଲେଖଯୋଗ୍ୟ, ସୁପ୍ରିମକୋର୍ଟ କେନ୍ଦ୍ର ଓ ରାଜ୍ୟ ସରକାର ସମଲିଙ୍ଗୀଙ୍କ ଅଧିକାର ନେଇ ଉଚିତ ପଦକ୍ଷେପ ଗ୍ରହଣ କରିବାକୁ ନର୍ଦ୍ଦେଶ ଦେଇଛନ୍ତି । ସ୍ବତନ୍ତ୍ର ବିବାହ ଅଧିନିମୟରେ ପରିବର୍ତ୍ତନ ସଂସଦର ଅଧିକାର। ସ୍ବତନ୍ତ୍ର ବିବାହ ନିୟମରେ କିଛି ପରିବର୍ତ୍ତନର ଆବଶ୍ୟକ ଅଛି କି ନାହିଁ ଏହା ସଂସଦକୁ ଖୋଜି ବାହାର କରିବାକୁ ପଡିବ। ଏଥିଲାଗି ସଂସଦଙ୍କୁ ସତର୍କତାର ସହ ପଦକ୍ଷେପ ଗ୍ରହଣ କରିବାକୁ ପଡିବ। ସ୍ବତନ୍ତ୍ର ବିବାହ ଅଧିନିୟମରେ ପରିବର୍ତ୍ତନ ପ୍ରସଙ୍ଗକୁ ନେଇ ଅନେକ ସମୟରେ ବିଭିନ୍ନ ସମୁଦାୟ ବିରୋଧ କରି ଆସୁଛନ୍ତି।

ସର୍ବୋଚ୍ଚ ନ୍ୟାୟଳୟ କହିଛନ୍ତି ସମଲିଙ୍ଗୀ ବିବାହକୁ ସ୍ୱୀକୃତି ଦେବା ପ୍ରସଙ୍ଗରେ ୪ଟି ଉତ୍ତର ରହିଛି। ଏଥିରେ କିଛି ଅନୁମତି ଦେବା ସପକ୍ଷରେ ରହିଥିବା ବେଳେ ଆଉ କିଛି ବପକ୍ଷରେ ରହିଛି। ଜୀବନସାଥୀ ବାଛିବାରେ ସମସ୍ତଙ୍କ ଅଧିକାର ରହିଛି। କୁଇର୍ ବର୍ଗଙ୍କୁ ଲିଙ୍ଗଗତ କାରଣରୁ ଅଧିକାରରୁ ବଞ୍ଚିତ କରାଯାଇ ପାରିବନି। କୌଣସି ବ୍ୟକ୍ତିକୁ ହରମୋନ ଥେରାପି ପାଇଁ ବାଧ୍ୟ କରାଯାଇ ପାରିବନି। ତେଣୁ କେନ୍ଦ୍ର ସରକାର ଏଥିପାଇଁ ଶୀଘ୍ର କମିଟି ଗଠନ କରନ୍ତୁ ବୋଲି ସୁପ୍ରିମକୋର୍ଟ କହିଛନ୍ତି।

ଗତ ଏପ୍ରିଲ ୧୧ ତାରିଖରେ ସାମ୍ବିଧାନିକ ବେଞ୍ଚ ଏହା ଉପରେ ହୋଇଥିବା ଆବେଦନର ଶୁଣାଣି ଆରମ୍ଭ କରିଥିଲେ ଏବଂ ଗତ ମେ ୧୧ ତାରିଖରେ ରାୟ ସଂରକ୍ଷିତ ରଖିଥିଲେ। ସୁପ୍ରିମକୋର୍ଟ ଏନେଇ ଆଗତ ପ୍ରାୟ ୨୧ ଟି ପିଟିସନର ଏକାଠି ଶୁଣାଣି କରିଥିଲେ।

Leave A Reply

Your email address will not be published.