ପ୍ରମୁଖ ଖବର

କମନୱେଲ୍ଡ ଗେମ୍ସରେ ଇତିହାସ ରଚିଲେ ଅସ୍ମିତା ଦେ’, ଜୁଡୋରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ
ଉମରକୋଟ ଆଶ୍ରମ ବିଦ୍ୟାଳୟ ଛାତ୍ରୀ ମୃତ୍ୟୁ ଘଟଣା: ପ୍ରଧାନଶିକ୍ଷକ ନିଲମ୍ବିତ
୩ ମାସ ପରେ କାଲିଠୁ ଖୋଲିବ ଭିତରକନିକା
‘ପ୍ରଶ୍ନପତ୍ର ଲିକ୍ ନୁହେଁ, ମାଲ୍‌ପ୍ରାକ୍ଟିସ୍’— ସ୍ୱାସ୍ଥ୍ୟ ବିଶ୍ୱବିଦ୍ୟାଳୟ କୁଳପତି
ହୀରାକୁଦରେ ବଢୁଛି ଜଳସ୍ତର, ଖୋଲିଲା ୨୨ ଗେଟ
ରୁଷିଆ-ୟୁକ୍ରେନ ଯୁଦ୍ଧ: ମୃତ ଭାରତୀୟଙ୍କ ପରିବାରକୁ ସହାୟତା ପାଇଁ କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଦିଲ୍ଲୀରେ ଅମିତ ଶାହ ଓ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଇ-୨୦ ପେଟ୍ରୋଲରେ ୨–୬% କମିବ ମାଇଲେଜ୍‌, କିନ୍ତୁ ଇଞ୍ଜିନ୍‌କୁ କ୍ଷତିର ପ୍ରମାଣ ନାହିଁ

ସୋଆ ଓଏନ୍‌ଆଇଟି–ୱାରଙ୍ଗଲ ମଧ୍ୟରେ ଚୁକ୍ତିନାମା ସ୍ୱାକ୍ଷରିତ

0

ଭୁବନେଶ୍ୱର,୧୮/୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ସହିତ ନ୍ୟାସ୍‌ନାଲ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍‌ ଟେକ୍‌ନୋଲୋଜି, ୱାରଙ୍ଗଲ୍ (ଏନ୍‌ଆଇଟି-ଡବ୍ଲୁ) ମଧ୍ୟରେ ମଙ୍ଗଳବାର ଏଠାରେ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଯାଇଛି। ଇଞ୍ଜିନିୟରିଂ ଏବଂ ପ୍ରଯୁକ୍ତିବିଦ୍ୟା, ବିଜ୍ଞାନ ଏବଂ ଏତଦ୍ ସଂଲଗ୍ନ ବିଭିନ୍ନ କ୍ଷେତ୍ରରେ ସହଯୋଗ ମୂଳକ ଗବେଷଣା ଏବଂ ଉଚ୍ଚ ଯୋଗ୍ୟ ମାନବସମ୍ବଳର ଉପଲବ୍ଧତା ବୃଦ୍ଧି କରିବା ନିମନ୍ତେ ଏହି ବୁଝାମଣା ସ୍ୱାକ୍ଷରିତ ହୋଇଛି।

ବୁଝାମଣା ଅନୁଯାୟୀ ଉଭୟ ସଂସ୍ଥା ନିଜ ନିଜର ରିସର୍ଚ୍ଚ ଫେଲୋ, ଫ୍ୟାକଲ୍ଟି ମେମ୍ବର୍ସ, ବୈଜ୍ଞାନିକ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ଗବେଷଣା କାର୍ଯ୍ୟକ୍ରମ, ସମ୍ମିଳନୀ ଓ କର୍ମଶାଳାର ଆୟୋଜନ କରିବେ। ବୁଝାମଣା ପତ୍ରରେ ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଓ ଏନ୍‌ଆଇଟି-ୱାରଙ୍ଗଲ୍‌ର ନିର୍ଦ୍ଦେଶକ ପ୍ରଫେସର ବିଦ୍ୟାଧର ସୁବୁଦ୍ଧି ସ୍ୱାକ୍ଷର କରିଥିଲେ। ଏହି ଅବସରରେ ଆଡିସ୍‌ନାଲ୍ ଡିନ୍ (ଷ୍ଟୁଡେଂଟ ଆଫେୟାର୍ସ), ଆଇଟିଇଆର୍ ପ୍ରଫେସର ରେଣୁ ଶର୍ମା ଓ ସୋଆର ଚିଫ୍ ଆଡମିନିଷ୍ଟ୍ରେଟିଭ୍ ଅଫିସର ଶ୍ରୀ ପ୍ରମୋଦ କୁମାର ପଣ୍ଡା ଉପସ୍ଥିତ ଥିଲେ ।

Leave A Reply

Your email address will not be published.