ପ୍ରମୁଖ ଖବର

ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଏଣିକି କ୍ୟାପିଟାଲ ହସ୍ପିଟାଲରେ ନାର୍କୋ ଆନାଲିସିସ ଟେଷ୍ଟ

0

ଭୁବନେଶ୍ବର: ଏଣିକି ଆଉ ଅଭିଯୁକ୍ତ କିମ୍ବା ଅପରାଧୀର ନାର୍କୋ ଟେଷ୍ଟ ପାଇଁ ମୁମ୍ବାଇ କିମ୍ବା ରାଜ୍ୟ ବାହାରକୁ ଯିବାକୁ ପଡ଼ିବ ନାହିଁ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ନାର୍କୋ ଆନାଲିସିସ ଟେଷ୍ଟ କରାଯିବ। ତା’ପୁଣି ଆସନ୍ତା ମାସରୁ ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି କ୍ୟାପିଟାଲ୍ ହସ୍ପିଟାଲ୍ ନିର୍ଦ୍ଦେଶକ ଡାକ୍ତର ଲକ୍ଷ୍ମୀଧର ସାହୁ।

କ୍ୟାପିଟାଲ୍ ହସ୍ପିଟାଲ୍ ନିର୍ଦ୍ଦେଶକଙ୍କ ସୂଚନା ଅନୁସାରେ, କ୍ୟାପିଟାଲ ହସ୍ପିଟାଲ ଓଟିରେ କରାଯିବ ନାର୍କୋ ପରୀକ୍ଷା। ଏଥିଲାଗି ରାଜ୍ୟ ଫରେନ୍ସିକ୍ ଲ୍ୟାବକୁ ଆସିସାରିଛି ଆବଶ୍ୟକୀୟ ଉପକରଣ। ଷ୍ଟେଟ ଫରେନ୍ସିକ୍ ଲ୍ୟାବ ସହ ଗତକାଲି କ୍ୟାପିଟାଲ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ବୈଠକ ହୋଇଥିଲା। ବୈଠକ ପରେ କ୍ୟାପିଟାଲ ହସ୍ପିଟାଲ ଆନାସ୍ଥେସିଆ ଓ ମାନସିକ ରୋଗ ବିଶେଷଜ୍ଞଙ୍କ ଏବେ ପ୍ରଶିକ୍ଷଣ ଚାଲିଛି। କ୍ୟାପିଟାଲ ହସ୍ପିଟାଲ ଓଟିରେ ନିଶା ଇଞ୍ଜେକସନ୍ ପ୍ରୟୋଗ କରାଯିବା ସହ ଟେଷ୍ଟ କରାଯିବ।

Leave A Reply

Your email address will not be published.