ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ

ଟ୍ରାକ୍ ମରାମତି ପରେ ଚାଲିଲା ଟ୍ରେନ୍

0

ଆନ୍ଧ୍ରପ୍ରଦେଶ: ଆନ୍ଧ୍ରପ୍ରଦେଶର ବିଜୟନଗରମ୍ ଜିଲ୍ଲାର କଣ୍ଟାକାପଲ୍ଲୀ ଏବଂ ଆଲାମଣ୍ଡା ଷ୍ଟେସନ ମଧ୍ୟରେ ମର୍ମନ୍ତୁଦ ଟ୍ରେନ୍ ଦୁର୍ଘଟଣା ପରେ ଟ୍ରାକରେ ଗଡ଼ିଲା ଟ୍ରେନ୍ । ର୍ଘଟଣାଗ୍ରସ୍ତ ଟ୍ରାକ୍‌ ମରାମତି ସରିବା ପରେ ଅପ୍‌ ଲାଇନ୍‌ରେ ଟ୍ରାଏଲ୍‌ ରନ୍‌ ପରେ ଅର୍ଥାତ ଅପରାହ୍ନ ୨ଟା ୩୬ ମିନିଟ୍‌ରେ ଚାଲିଲା ପ୍ରଶାନ୍ତି ଏକ୍ସପ୍ରେସ୍‌। ଏକ୍ସପ୍ରେସ ଟ୍ରେନ ଚାଲିବା ନେଇ ରେଲୱେ ସୂଚନା ଦେଇଛି। ଖୁବ୍ ଶୀଘ୍ର ଅପ-ଡାଉନ ଲାଇନରେ ଟ୍ରେନ ଚଳାଚଳ କରିବ ବୋଲି କହିଛନ୍ତି ଇଷ୍ଟକୋଷ୍ଟ ରେଲଓ୍ବେ ସିପିଆରଓ  ।

ଉଲ୍ଲେଖଯୋଗ୍ୟ, ରବିବାର ସନ୍ଧ୍ୟା ପ୍ରାୟ ୭ଟାରେ ବିଶାଖାପାଟଣା-ପଲାସା ପାସେଞ୍ଜର ଟ୍ରେନ୍‌କୁ ପଛ ପାର୍ଶ୍ୱରୁ ଧକ୍କା ଦେଇଥିଲା ବିଶାଖାପାଟଣା-ରାୟଗଡ଼ା ପାସେଞ୍ଜର। ଦୁର୍ଘଟଣା ପରେ ପଲାସା ପାସେଞ୍ଜର କିଛି ବଗି ଅନ୍ୟ ଟ୍ରାକ୍‌ରେ ପଡ଼ିଥିଲେ। ସେହି ଟ୍ରାକ୍‌ରେ ଆସୁଥିବା ମାଲ୍‌ବାହୀ ଟ୍ରେନ୍‌ ପାଲାସା ପାସେଞ୍ଜ ବଗିକୁ ଧକ୍କା ଦେଇଥିଲେ। ଯେଉଁଥିରେ ୧୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଛନ୍ତି। ଆହତମାନଙ୍କୁ ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଛି।

ଦୁର୍ଘଟଣା ପରେ ଯୁଦ୍ଧକାଳୀନ ଭିତିରେ ଉଦ୍ଧାର ଓ ମରାମତି କାମ ଚାଲିଛି। ଟ୍ରାକ୍‌ ଉପରେ ପଡ଼ିଥିବା ବଗି ଗୁଡ଼ିକୁ ହଟା ଯାଉଛି। ଏଥିସହ ଟ୍ରାକ୍‌ ମରାମତି ଓ ବଦ୍ୟୁତ୍‌ କନେକସନ୍‌ ଦିଆଯାଉଛି। ମରାମତି କାମରେ ୯୦୦ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ଅପରାହ୍ଣ ଅପରାହ୍ନ ୨ଟା ୩୬ ୪ଟାରେ ଟ୍ରାକ୍‌ ମରାମତି କାମ ସରିଲା। ଟ୍ରାକ୍‌ ମରାମତି ପରେ ପ୍ରଥମେ ଟ୍ରାଏଲ୍‌ ହେଲା। ତା’ପରେ ପ୍ରଶାନ୍ତି ଏକ୍ସପ୍ରେସ ଯାଇଛି।

ଅନ୍ୟପକ୍ଷରେ ଦୁର୍ଘଟଣା ସ୍ଥଳରୁ ବିଶାଖାପାଟଣା-ପଲାସା ପାସେଞ୍ଜର ଟ୍ରେନର ୧୧ଟି କୋଚକୁ ପରବର୍ତ୍ତୀ ଷ୍ଟେସନ୍‌ ଆଲମଣ୍ଡା ଷ୍ଟେସନକୁ ନିଆଯାଇଛି। ସେହିପରି ବିଶାଖାପାଟଣା-ରାୟଗଡା ପାସେଞ୍ଜର ଟ୍ରେନର ୯ଟି ବଗିକୁ ପୂର୍ବ ଷ୍ଟେସନ୍‌ କଣ୍ଟକପାଲିକୁ ଫେରାଇ ନିଆଯାଇଛି। ବାକି କୋଚ୍‌ ଗୁଡ଼ିକ ଟ୍ରାକ୍‌ ପାର୍ଶ୍ୱରେ ପଡ଼ି ରହିଛି।

Leave A Reply

Your email address will not be published.