ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ

ପ୍ରତାପ ଓ ସଞ୍ଜୟଙ୍କୁ ଜିଲ୍ଲା ପର୍ଯ୍ୟବେକ୍ଷକ ଦାୟିତ୍ବ

0

ଭୁବନେଶ୍ବର: ବିଧାୟକ ପ୍ରତାପ ଜେନା ଓ ବ୍ରହ୍ମଗିରିର ପୂର୍ବତନ ବିଧାୟକ ସଞ୍ଜୟ ଦାସବର୍ମାଙ୍କୁ ଆଜି ଦଳ ପକ୍ଷରୁ ଜିଲ୍ଲା ବଡ ଦାୟିତ୍ବ ଦିଆଯାଇଛି। ଉଭୟ ନେତାଙ୍କୁ ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଦେଇଛନ୍ତି ଦଳର ସଭାପତି ନବୀନ ପଟ୍ଟନାୟକ । ପ୍ରତାପ ଜେନାଙ୍କୁ କେନ୍ଦ୍ରାପଡା ଓ ସଞ୍ଜୟ ଦାସବର୍ମାଙ୍କୁ ଭଦ୍ରକ ଜିଲ୍ଲାର ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ମିଳିଛି । ପୂର୍ବରୁ ପ୍ରମିଳା ମଲ୍ଲିକ କେନ୍ଦ୍ରାପଡା ଜିଲ୍ଲାର ପର୍ଯ୍ୟବେକ୍ଷକ ଥିଲେ । ତେବେ ବାଚସ୍ପତି ଭାବେ ପ୍ରମିଳା ଶପଥ ନେବା ପରେ ପ୍ରତାପଙ୍କୁ ଏହି ଗୁରୁଦାୟିତ୍ୱ ଦେଇଛି ଦଳ ।

ଅନ୍ୟପଟେ ଦୀର୍ଘଦିନ ପରେ ସାଙ୍ଗଠନିକ ଦାୟିତ୍ୱକୁ ଫେରିଛନ୍ତି ସଞ୍ଜୟ ଦାସବର୍ମା । ପୂର୍ବରୁ ସଞ୍ଜୟ ଦଳୀୟ ମୁଖ୍ୟାଳୟର ସାଧାରଣ ସମ୍ପାଦକ ଦାୟିତ୍ୱ ପାଇଥିଲେ।  ନୂଆ ଦାୟିତ୍ୱ ପାଇବା ପରେ ସଞ୍ଜୟ କହିଛନ୍ତି, ପୂର୍ବରୁ ଦଳର ସଭାପତି ନବୀନ ପଟ୍ଟନାୟକ ଯେଉଁ ଦାୟିତ୍ୱ ଦେଇଛନ୍ତି ତାହାକୁ ନିଷ୍ଠା ଓ ଆନ୍ତରିକତାର ସହ ନିର୍ବାହ କରିଛି । ଏବେ ଯେଉଁ ଦାୟିତ୍ୱ ମିଳିଛି ତାହାକୁ ପୂର୍ବ ଭଳି ମୋର ସାଧ୍ୟମତେ ନିର୍ବାହ କରିବି । ମୋ ଉପରେ ଭରସା ଓ ବିଶ୍ୱାସ ସହ ଆସ୍ଥା ପ୍ରକଟ କରିଥିବାରୁ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି ସଞ୍ଜୟ ।

Leave A Reply

Your email address will not be published.