ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ଜାନୁଆରୀ ୧୭ରେ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ

0

ପୁରୀ: ୨୦୨୪ ଜାନୁଆରୀ ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ହେବ । ଏନେଇ ଯୋରଦାର ପ୍ରସ୍ତୁତି ଚାଲିଛି କିନ୍ତୁ ୧୨ ତାରିଖରୁ ୫ ଦିନ ଧରି ଚାଲିବ ପ୍ରତିଷ୍ଠା, ହୋମ ଯଜ୍ଞାଦି କାର୍ଯ୍ୟକ୍ରମ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ଜଗନ୍ନାଥ ବଲ୍ଲଭ ଉନ୍ନୟନ କାମ ସମୀକ୍ଷା କରିଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ । ଜଗନ୍ନାଥ ବଲ୍ଳଭରେ ହେଉଥିବା ମଲ୍ଟି ଲେବଲ୍ ପାର୍କିିଂ, ତୀର୍ଥଯାତ୍ରୀ କେନ୍ଦ୍ର ନିର୍ମାଣ, ୩୭ ଶହ ବର୍ଗଫୁଟର ଧ୍ୟାନ ଯୋଗ କେନ୍ଦ୍ର, ୧୮୪ଟି ଦୋକାନ, ୧୪୨୦ କାର ପାର୍କିଂ, ୨ ଶହ ଦୁଇ ଚକିଆ ଯାନ ପାଇଁ ପାର୍କିଂ କାମ କାର୍ଯ୍ୟର ସମୀକ୍ଷା କରିଥିଲେ । ପ୍ରକଳ୍ପ ପ୍ରତିଷ୍ଠା, ପୂଜା ଓ ଲୋକାର୍ପଣ ନେଇ ବୈଠକ ବସିବା ପୂର୍ବରୁ ସମୀକ୍ଷା କରିଛନ୍ତି ଗଜପତି । ସମୀକ୍ଷା ବେଳେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ପୁରୀ ଜିଲ୍ଲା ପ୍ରଶାସନର ପ୍ରମୁଖ ଅଧିକାରୀମାନେ ଉପସ୍ଥିତ ଥିଲେ ।

Srimandir Parikrama Project Adds New Chapter In Odisha's History | Odisha

ଉଲ୍ଲେଖଯୋଗ୍ୟ, ଜାନୁଆରୀ ୧୭ତାରିଖରେ ହେବ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା। ୨୦୨୧ ନଭେମ୍ବର ୨୪ତାରିଖରେ ଏହି ପ୍ରକଳ୍ପର ଶିଳାନ୍ୟାସ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶ୍ରୀମନ୍ଦିର ପରିକ୍ରମା ଯୋଜନା ମଡେଲ ଅନାବରଣ କରିବା ସହ ପ୍ରକଳ୍ପ ପାଇଁ ଜମି ଦେଇଥିବା ଲୋକଙ୍କୁ ସମ୍ବର୍ଦ୍ଧିତ କରିଥିଲେ ନବୀନ। ଶିଳାନ୍ୟାସ ପରେ ନିର୍ମାଣ କାମ ଆରମ୍ଭ କରିଥିଲା ଟାଟା ପ୍ରକଳ୍ପ।

ଏହାପରଠୁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ନିର୍ମାଣ କାମ ପ୍ରତି ସପ୍ତାହରେ ଅନୁଧ୍ଯାନ କରିଛନ୍ତି ଫାଇଭ୍-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି କେ ପାଣ୍ଡିଆନ୍। ପ୍ରକଳ୍ପ ଶ୍ରୀମନ୍ଦିର ଚାରିପାଖ ସୁରକ୍ଷା କରିଡର ସହ ସୃଷ୍ଟି ହେଉଛି ସବୁଜ ବଳୟ। ଚାରିପାଖେ ଥିବା ମଠ ଏବଂ ମନ୍ଦିର ଗୁଡ଼ିକର ପୁନଃବିକାଶ କରାଯାଉଛି। ଭକ୍ତଙ୍କ ସାମଗ୍ରୀ ରଖିବା ପାଇଁ ସ୍ବତନ୍ତ୍ର ଗୃହ, ସୂଚନା ଓ ଦାନ କେନ୍ଦ୍ର ସହ ତୀର୍ଥଯାତ୍ରୀଙ୍କ ସୁରକ୍ଷା ଓ ନିରାପତ୍ତା ପାଇଁ ଆରକ୍ଷୀ ସେବା କେନ୍ଦ୍ର ନିର୍ମାଣ କରାଯାଉଛି। ପାନୀୟଜଳ, ପ୍ରାଥମିକ ଚିକିତ୍ସା କେନ୍ଦ୍ର ଏବଂ ଏଟିଏମ୍ ବ୍ୟବସ୍ଥା ବି ହେଉଛି।

Leave A Reply

Your email address will not be published.