ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ବଡ଼ଦିନ ପୂର୍ବରୁ ଏସ୍‌ଏଚ୍‌ଏମ୍‌ରେ କେକ୍ ମିକ୍ସିଙ୍ଗ୍ ଉତ୍ସବ

0

ଭୁବନେଶ୍ୱର,୧୦/୧୧: ବଡ଼ଦିନ ଆଉ ମାତ୍ର ଦେଢ଼ ମାସ ବାକି ଥିବା ବେଳେ ଏହି ଉତ୍ସବକୁ ଅଧିକ ଚଳଚଂଚଳ କରିବା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟରେ ଶନିବାର ଦିନ ଏକ କେକ୍ ମିକ୍ସିଙ୍ଗ୍ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଯୋଗ ଦେଇ କେକ୍ ମିକ୍ସିଙ୍ଗ ଉତ୍ସବରେ ସାମିଲ ହେବା ସହ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଏଭଳି ଏକ ଆନନ୍ଦଦାୟକ କାର୍ଯ୍ୟକ୍ରମ ସକରାତ୍ମକ ମନୋଭାବ ସୃଷ୍ଟି କରିବ ବୋଲି କହିଥିଲେ ।

ଦେଢ଼ ମାସ ପୂର୍ବରୁ ଏହି କେକ୍ ମିକ୍ସିଙ୍ଗ ପ୍ରସ୍ତୁତି ଆରମ୍ଭ ହେଉଥିବା ବେଳେ ବଡ଼ଦିନ ଅର୍ଥାତ ଡିସେମ୍ବର ୨୫ ତାରିଖର ଦୁଇ ଦିନ ପୂର୍ବରୁ କେକ୍ ପ୍ରସ୍ତୁତି ଆରମ୍ଭ କରାଯାଏ ଏବଂ ନିଜ ବନ୍ଧୁ, ପରିଜନ ଓ ପରିବାରବର୍ଗଙ୍କ ସହ ଅଂଶୀ କରାଯାଇଥାଏ ବୋଲି ଏସ୍‌ଏଚ୍‌ଏମ୍‌ର ଡିନ୍ ପ୍ରଫେସର ସୁଶାନ୍ତ ରଞ୍ଜନ ଚଇନି କହିଛନ୍ତି । ବଡ଼ଦିନ ଖ୍ରୀଷ୍ଟ ଧର୍ମାବଲମ୍ବୀ ମାନଙ୍କ ପର୍ବ ଏବଂ କେବଳ ଭାରତ ନୁହେଁ ସାରା ବିଶ୍ୱରେ ଏହି ପର୍ବ ପାଳନ କରାଯାଇଥାଏ । ଏହା ଦ୍ୱାରା ଛାତ୍ରଛାତ୍ରୀମାନେ ମଧ୍ୟ ଭବିଷ୍ୟତରେ କିଭଳି ବଡ଼ଦିନ କେକ୍ ପ୍ରସ୍ତୁତ କରିବେ ସେ ନେଇ ନୂତନ ଶିକ୍ଷା ଗ୍ରହଣ କରିଥାନ୍ତି ବୋଲି ସେ କହିଥିଲେ ।

୧୭୦୦ ଶତାବ୍ଦୀରେ ୟୁରୋପରେ ଏହି ପାରମ୍ପରିକ କେକ୍ ମିକ୍ସିଙ୍ଗ ପ୍ରସ୍ତୁତି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବା ବେଳେ ଏହାକୁ ଶୁଭ ସମୟ ଓ ଆନନ୍ଦର ବାର୍ତାବହ ବୋଲି କୁହାଯାଇଥାଏ । ଏହି ସମୟରେ ଅଧିକ ପରିମାଣର ଫଳ ଏବଂ ବାଦାମ ଜାତୀୟ ଫସଲ ଉତ୍ପାଦନ ହେଉଥିବାରୁ କେକ୍ ପ୍ରସ୍ତୁତ କରିବା ଖୁବ୍ ସହଜ ହୋଇଥାଏ । ଏହି ପାରମ୍ପରିକ ବଡ଼ଦିନ କେକ୍ ବା ବଡ଼ଦିନ ପୁଡିଙ୍ଗ୍‌ରେ ଅନେକ ପରିମାଣର ଡ୍ରାଏ ଫ୍ରୁଟ, ଅଣ୍ଡା ଏବଂ ମଇଦା ପ୍ରୟୋଗ କରାଯାଇଥାଏ । ଅନେକ କେକ୍‌ରେ ଡ୍ରାଏ ଫ୍ରୁଟ୍‌, ଚେରି, ଫ୍ରୁଟି, କାନ୍‌ବେରୀ, ଖଜୁରୀ ଓ ବିଭିନ୍ନ ପାନୀୟ ବ୍ୟବହୃତ ହୋଇଥାଏ ।

ଏହି କାର୍ଯ୍ୟକ୍ରମରେ ୟୁନିଭର୍ସିଟି ଆଉଟରିଚ୍ ପ୍ରୋଗ୍ରାମ୍‌ର ନିର୍ଦ୍ଦେଶକ ପ୍ରଫେସର ନଚିକେତା ଶର୍ମା ଓ ଏସ୍‌ଏଚ୍‌ଏମ୍‌ର ଫ୍ୟାକଲ୍ଟି, ଛାତ୍ରଛାତ୍ରୀ ଏବଂ ମେମ୍ବର୍ସମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.