ପ୍ରମୁଖ ଖବର

ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ଗିରଫ ପ୍ରଧାନ ଶିକ୍ଷକ ନିଲମ୍ବିତ
ରାଜ୍ୟରେ ଖୋଲିବ ୮ଟି ନୂଆ ଏଡିଜେ କୋର୍ଟ
ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ଚିଠି
ସବୁ ରାଜସ୍ୱ କାର୍ଯ୍ୟାଳୟରେ ଲାଗିବ ବାୟୋମେଟ୍ରିକ
ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ପରଲୋକ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ୨ ବର୍ଷ ପାଇଁ ଆଇଏମଡି ମହାନିର୍ଦ୍ଦେଶକ ଭାବରେ ପୁନଃନିଯୁକ୍ତି
ଅପାରଗ କର୍ମଚାରୀଙ୍କୁ ବାଧ୍ୟତାମୂଳକ ଅବସର : ସରକାରଙ୍କ ଚେତାବନୀ
୧୫ ହଜାର ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଲେ ଜୁନିଅର କ୍ଲର୍କ
ମହିଳା ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ହେଲେ ବବିତା ପାତ୍ର

ଜାନୁୟାରୀ ପହିଲାରୁ ଶ୍ରୀମନ୍ଦିର ପରିସରରେ ପାନ, ଗୁଟଖା ମନା

0

ପୁରୀ: ଜାନୁୟାରୀ ପହିଲାରୁ ଶ୍ରୀମନ୍ଦିର ପରିସରରେ ପାନ, ଗୁଟଖାକୁ କରାଯିବ ସମ୍ପୂର୍ଣ୍ଣ ନିଷେଧ । ଏଥିପାଇଁ ଆଜିଠୁ ସମସ୍ତଙ୍କୁ ସଚେତନ କରାଯିବ । ଏନେଇ ଛତିଶା ନିଯୋଗକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚିଠି କରାଯାଇଛି। ଜାନୁଆରୀ ୧ରୁ  ଡ୍ରେସକୋଡ୍ ଭଳି ପାନଗୁଟୁଖାକୁ ସମ୍ପୂର୍ଣ୍ଣ ନିଷିଦ୍ଧ କରାଯିବ। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାସ। ତାଙ୍କର ସୂଚନା ଅନୁଯାୟୀ, ଶ୍ରୀମନ୍ଦିର ଭିତରେ କେହି ପାନଗୁଟୁଖା ଖାଇବେ ନାହିଁ କି ଛେପ ପକାଇ ପାରିବେ ନାହିଁ। ଏପରିକି ସେବାୟତଙ୍କୁ ବି ପାନଗୁଟୁକା ଖାଇବା ଉପରେ କଟକଣା ଲାଗିଲା।

ଉଲ୍ଲେଖଯୋଗ୍ୟ; ପୁରୀ ଶ୍ରୀମନ୍ଦିରକୁ ପ୍ରତିଦିନ ହଜାର ହଜାର ଭକ୍ତ ମହାପ୍ରଭୁଙ୍କ ଦର୍ଶନ କରିବାକୁ ଆସିଥାନ୍ତି। ମାତ୍ର ଭିତରେ ପାନ, ଗୁଟଖା ଖାଇ ଲୋକେ ଛେପ ପକାଉଥିବାରୁ ଭକ୍ତମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏହାକୁ ଦୃଷ୍ଟିରେ ରଖି ଏହି ନିୟମ ପ୍ରଣୟନ କରିବାକୁ ନିଷ୍ପତ୍ତି ନିଆଯାଇଛି । ପୂର୍ବରୁ ବି ପାନ, ଗୁଟୁଖା ଖାଇ ମନ୍ଦିରରେ ପ୍ରବେଶ ଉପରେ ନିଷେଧାଦେଶ ଲାଗୁ କରାଯାଇଥିବା ବେଳେ ଧରା ପଡ଼ିଲେ ଫାଇନ୍‌ ବ୍ୟବସ୍ଥା ଲାଗୁ ହୋଇଥିଲା। ମାତ୍ର କେହି ଏହାକୁ ମାନି ନଥିଲେ, ଫଳରେ ମନ୍ଦିର ଭିତରେ ଅସ୍ୱାସ୍ଥ୍ୟକର ପରିବେଶ ସୃଷ୍ଟି ହେଉଛି।

ତେଣୁ ପୁଣି ଥରେ ଏହି ନିୟମ ଲାଗୁ କରାଯିବା ସହ ଏଥିନିମନ୍ତେ ଆଜିଠୁ ଲୋକଙ୍କୁ ସଚେତନା କରାଯିବ । ଏଥିସହ ଆଉ ଦେଢ ମାସ ପରେ ଅର୍ଥାତ ଜାନୁୟାରୀ ପହିଲାରୁ ଏହି ନିୟମକୁ କଡ଼ାକଡ଼ି ଲାଗୁ କରାଯିବ । ମନ୍ଦିରକୁ ପ୍ରବେଶ କରୁଥିବା ଭକ୍ତ, ପୂଜକ, ସେବାୟତ, ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ କର୍ମଚାରୀ, ପୁଲିସ୍‌ କର୍ମଚାରୀ ସମସ୍ତଙ୍କ ପାଇଁ ଏହି ନିୟମକୁ ସମାନ ଭାବେ ଲାଗୁ କରାଯିବ ବୋଲି ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି।

Leave A Reply

Your email address will not be published.