ପ୍ରମୁଖ ଖବର

ବର୍ଷକୁ ୨ ଥର ହେବ ସିବିଏସଇ ଦଶମ ପରୀକ୍ଷା
ଡାଇରିଆ କଟକଣା ପରେ ଆଜିଠୁ ଯାଜପୁରରେ ଖୋଲିଲା ସ୍କୁଲ
ରାଜସ୍ୱ ସେବା ପାଇଁ ଇ-ରେଜିଷ୍ଟ୍ରେସନ ଆପ୍‌ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ବାହାଘର ଦିନକ ପୂର୍ବରୁ ଦୁର୍ଘଟଣାରେ ଚାଲିଗଲା ବରର ଜୀବନ
ବରିଷ୍ଠ ଅଭିନେତା ତଥା ନିର୍ଦ୍ଦେଶକ ନାରାୟଣ ପତିଙ୍କ ପରଲୋକ
ବାସହୀନଙ୍କୁ ଚିହ୍ନଟ କରିବାକୁ ସରକାରଙ୍କ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
ଲଞ୍ଚ ହେଲା ଆକ୍ସିଅମ-୪: ମହାକାଶ ଅଭିମୁଖେ ଶୁଭାଂଶୁ

ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଚୁକ୍ତି ସ୍ବାକ୍ଷରିତ

0

ଭୁବନେଶ୍ବର : ଭୁବନେଶ୍ବରରେ ପ୍ରସ୍ତାବିତ ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଚୁକ୍ତି ସ୍ବାକ୍ଷରିତ ହୋଇଛି । ଏହି ଚୁକ୍ତି ଭୁବନେଶ୍ବର ମେଟ୍ରୋ ରେଳ କର୍ପୋରେସନ ଲିଃ ଓ ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ ଲିଃ ମଧ୍ୟରେ ସ୍ବାକ୍ଷରିତ ହୋଇଛି । ଏମଓୟୁ କାର୍ଯ୍ୟକ୍ରମରେ ନିଜେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଥିଲେ । ୫-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । ଚୁକ୍ତି ଅନୁସାରେ ୪ ବର୍ଷ ମଧ୍ୟରେ ଏହି ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି। ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ପାଇଁ ୬୨୫୫ ଟଙ୍କା ଖର୍ଚ୍ଚ ହେବ ।

କାର୍ଯ୍ୟକ୍ରମରେ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ପରିବହନ ଇତିହାସରେ ମେଟ୍ରୋ ରେଳ ଯୋଡିବ ସ୍ୱର୍ଣ୍ଣିମ ଫର୍ଦ୍ଦ। ନୂଆ ଓଡ଼ିଶାର ସଂକଳ୍ପକୁ ପୂରଣ କରିବାରେ ଏହି ପ୍ରକଳ୍ପ ଅନେକାଂଶରେ ସହାୟକ ହେବ । ଡିଏମଆରସି ତତ୍ୱାବଧାନରେ ଏହି ପ୍ରକଳ୍ପ କାମ ଧାର୍ଯ୍ୟ ସମୟରେ ସରିବ  ଏବଂ ଏହା ବିଶ୍ୱସ୍ତରୀୟ ହେବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ ।

କାର୍ଯ୍ୟକ୍ରମରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଅଶୋକ ପଣ୍ଡା ଏବଂ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା କହିଛନ୍ତି, ଏହି ପ୍ରକଳ୍ପ ରାଜ୍ୟର ବିକାଶ ଓ ଅର୍ଥନୀତିକୁ ଆଗକୁ ନେବ । ଡିଏମଆରସିର ଏମଡି ବିକାଶ କୁମାର କହିଛନ୍ତି ଯେ ଓଡ଼ିଶାର ବିକାଶକୁ ଆଗକୁ ନେବାରେ ଏହା ସହାୟକ ହେବ।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱର ବିମାନବନ୍ଦରରୁ ତ୍ରିଶୁଳିଆ ଯାଏଁ ୨୬ କିଲୋମିଟର ମେଟ୍ରୋ ରେଳ ଯାତ୍ରାରେ କ୍ୟାପିଟାଲ ହସ୍ପିଟାଲ, ରାଜମହଲ, ବାଣୀବିହାର, ଜୟଦେବ ବିହାର ଓ ପଟିଆ ଛକ ସମେତ ମୋଟ୍‌‌ ୨୦ଟି ଷ୍ଟେସନ ନିର୍ମାଣ କରିବାକୁ ଯୋଜନା ରହିଛି। ଅତ୍ୟାଧୁନିକ କୋଚ୍ ସିଗନାଲ୍ ଓ ଟିକେଟ୍ ବ୍ୟବସ୍ଥା କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ନୂଆବର୍ଷରେ ମେଟ୍ରୋ ରେଳ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.