ପ୍ରମୁଖ ଖବର

୨୦୩୬ ସୁଦ୍ଧା ୫୦୦ ବିଲିୟନ ଡଲାର ଛୁଇଁବ ଓଡ଼ିଶାର ଅର୍ଥନୀତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵରରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା
ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଏଆରଆଇ
ଶ୍ରୀରାମ ମନ୍ଦିରରେ ଉଡ଼ିଲା ଧର୍ମଧ୍ୱଜା

ଆରମ୍ଭ ହେଲା ବିଧାନସଭାର ଶୀତ ଅଧିବେଶନ

0

ଭୁବନେଶ୍ବର: ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହୋଇଛି । ମଙ୍ଗଳବାରଠାରୁ ଆରମ୍ଭ ହୋଇଥିବା ଏହି ଅଧିବେଶନ ଡିସେମ୍ବର ୩୦ ଯାଏ ଚାଲିବ ।ଏହି ଶୀତ ଅଧିବେଶନରେ ୩୦ଟି କାର୍ଯ୍ୟଦିବସ ରହିଛି ।

ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ପରେ ଗୃହରେ ଆଜି ଶୋକପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରସ୍ତାବ ଆଣିଥିବା ବେଳେ ଏହାକୁ ବିରୋଧୀ ସମର୍ଥନ ଜଣାଇଥିଲେ । ଉଭୟ କୋଶଳୀ ଓ ଓଡ଼ିଆ ଭାଷାରେ ବିବୃତି ରଖି ଶୋକ ପ୍ରସ୍ତାବକୁ ସମର୍ଥନ ଜଣାଇଥିଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । ଶୋକପ୍ରସ୍ତାବକୁ ବିରୋଧୀ ଦଳ ସମର୍ଥନ ଜଣାଇବା ଦିବଙ୍ଗତ ନେତାଙ୍କ ପାଇଁ ଗୃହରେ ଏକ ମିନିଟ ନୀରବ ପ୍ରାର୍ଥନା କରିଥିଲେ ଗୃହର ସମସ୍ତ ସଦସ୍ୟ । ଏହାପରେ ଆସନ୍ତାକାଲି ଦିନ ୧୦ଟା ୩୦ ଯାଏଁ ଗୃହକୁ ମୁଲତବି ଘୋଷଣା କରିଥିଲେ ବାଚଷ୍ପତି ପ୍ରମିଳା ମଲ୍ଲିକ।

Leave A Reply

Your email address will not be published.