ପ୍ରମୁଖ ଖବର

ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍‌ ଡ୍ରଗ୍‌ ଟେଷ୍ଟରେ ପଜିଟିଭ୍‌
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ

ମିସନ ଶକ୍ତି ସଚିବ ସୁଜାତା ଆର୍‌. କାର୍ତ୍ତିକେୟନଙ୍କୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ସଚିବ ଭାବେ ଅତିରିକ୍ତ ଦାୟିତ୍ବ

0

ଭୁବନେଶ୍ବର: ୨୦୦୦ ମସିହା ଓଡ଼ିଶା କ୍ୟାଡରର ଆଇଏଏସ୍‌ ତଥା ମିସନ ଶକ୍ତି ସଚିବ ସୁଜାତା ଆର୍‌. କାର୍ତ୍ତିକେୟନଙ୍କୁ ରାଜ୍ୟ ସରକାର ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ସଚିବ ଭାବେ ଅତିରିକ୍ତ ଦାୟିତ୍ବ ଦେଇଛନ୍ତି। ସେ ମିସନ ଶକ୍ତି ବିଭା‌ଗରେ ସେକ୍ରେଟାରି ଭାବେ କାମ କରିବା ସହ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗରେ ଅତିରିକ୍ତ ଦାୟିତ୍ବ ତୁଲାଇବେ। ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି।

ସୂଚନାଯୋଗ୍ୟ, ବରିଷ୍ଠ ସତ୍ୟବ୍ରତ ସାହୁ ଏବେ ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଭାବେ କାର୍ଯ୍ୟ କରୁଛନ୍ତି । ଶ୍ରୀ ସାହୁ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ, ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସମେତ ସ୍ୱତନ୍ତ୍ର ରିଲିଫ କମିଶନର ଦାୟିତ୍ୱରେ ମଧ୍ୟ ଅଛନ୍ତି ।

Leave A Reply

Your email address will not be published.