ପ୍ରମୁଖ ଖବର

କମନୱେଲଥ୍ ଗେମ୍ସ: ଅଷ୍ଟମ ଦିନରେ ଭାରତର ୬ ପଦକ, ମୋଟ ସଂଖ୍ୟା ୨୩
ରାଜ୍ୟ କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମଞ୍ଜୁରି
ସୁନ୍ଦରଗଡ଼ରେ ହାତୀ ଆତଙ୍କ: ଦନ୍ତା ଆକ୍ରମଣରେ ୨ ମୃତ
ଭୋଗପୁରମରେ ଆଲୁରି ସୀତାରାମ ରାଜୁ ଅନ୍ତର୍ଜାତୀୟ ବିମାନବନ୍ଦର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ
ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
୧୯ ବର୍ଷ ପରେ କଲକାତା ଫେରିଲେ ତସଲିମା ନସରିନ୍
ରାଷ୍ଟ୍ରପତି ଭବନରେ ଚମକିଲା ଓଡ଼ିଶାର ୩ ଷ୍ଟାର୍ଟଅପ୍
ଶସ୍ତା ହେଲା କମର୍ସିଆଲ ଗ୍ୟାସ ସିଲିଣ୍ଡର, ବଢ଼ିଲା ବିମାନ ଇନ୍ଧନ ଦର

କିନ୍ନର ଦୀପା ସାହୁ ପାଇବେ ରାଷ୍ଟ୍ରପତି ପୁରସ୍କାର

0

କଟକ: ପିଏଚଡି ଡିଗ୍ରୀ ହାସଲ କରିଥିବା ପ୍ରଥମ କିନ୍ନର ଭାବେ ରାଷ୍ଟ୍ରପତି ପୁରସ୍କାର ପାଇବେ କଟକର ଦୀପା ସାହୁ। ଏନେଇ ରାଷ୍ଟ୍ରପତି ଭବନରୁ ଚିଠି ଯୋଗେ ଦୀପାଙ୍କୁ ଅବଗତ କରାଯାଇଛି। ଆସନ୍ତା ଡିସେମ୍ବର ୩୦ ତାରିଖରେ ରାଷ୍ଟ୍ରପତି ଭବନରେ ସମ୍ମାନିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଖବର ପାଇବା ପରେ ଖୁସିରେ ଆତ୍ମବିଭୋର ହୋଇଛନ୍ତି ସେ। ଏହା ସହିତ କିନ୍ନରଙ୍କ ପାଇଁ ଏକ ସ୍ୱତନ୍ତ୍ର ଉଦାହରଣ ସୃଷ୍ଟି କରିଛନ୍ତି ଦୀପା। 

ସୂଚନାଯୋଗ୍ୟ, ୧୨ବର୍ଷ ବୟସରୁ ଝିଅ ଭଳି ବ୍ୟବହାର କରିଥିଲେ ଦୀପା। ପରେ ପରିବାର ଲୋକଙ୍କ ନିନ୍ଦା ଅପବାଦ ସାଙ୍ଗକୁ ସମାଜ ଆଖିରେ ସେ ଘୃଣ୍ୟ ଏବଂ ତାତ୍ସଲ୍ୟର ପାତ୍ର ହୋଇଥିଲେ। କିନ୍ତୁ ସେ ହାରି ନଥିଲେ। ନିଜ ଲକ୍ଷ୍ୟକୁ ମଜଭୁତ କରି ସେ ଉତ୍କଳ ବିଶ୍ୱବିଦ୍ୟାଳୟରେ ଉଦ୍ଭିଦ ବିଜ୍ଞାନରେ ପିଏଚଡି ଡିଗ୍ରୀ ହାସଲ କରିଛନ୍ତି।

ତେବେ ଆଠବର୍ଷ ତଳେ ଏକ ଦୁର୍ଘଟଣାର ଶିକାର ହୋଇ ଦୀପା ନିଜର ବାକ୍ ଶକ୍ତି ହରାଇଛନ୍ତି। ସେବେଠୁ ସେ କଥା କହି ପାରନ୍ତିନାହିଁ। ଗଳାରେ ଅସ୍ତ୍ରୋପଚାର ପରେ ବର୍ତ୍ତମାନ ସେ ସୁସ୍ଥ ଅଛନ୍ତି। ଏହି ଜୀବନ ଯାତ୍ରା ମଧ୍ୟରେ ରାଷ୍ଟ୍ରପତି ପୁରସ୍କାର ତାଙ୍କ ମନୋବଳକୁ ଆହୁରି ମଜଭୁତ କରିବ ବୋଲି ସେ ଆଶା ରଖିଛନ୍ତି।

Leave A Reply

Your email address will not be published.