ପ୍ରମୁଖ ଖବର

ଏସ୍‌ଆଇ ପରୀକ୍ଷା ଘୋଟାଲା: ୧୧୯ ଜଣଙ୍କ ଜାମିନ୍ ଆବେଦନ ଖାରଜ
ଆଇପିଏସ୍‍ ଅଧିକାରୀ ଆତ୍ମହତ୍ୟା ମାମଲା, ଘରୁ ମିଳିଲା ୮ ପୃଷ୍ଠାର ସୁଇସାଇଡ୍ ନୋଟ
ରସାୟନ ବିଜ୍ଞାନରେ ନୋବେଲ ପାଇଁ ୩ ବୈଜ୍ଞାନିକଙ୍କ ନାମ ଘୋଷଣା
ଗ୍ରାନାଇଟ୍ ଖାଦାନରେ ବିସ୍ଫୋରଣ, ୩ ଶ୍ରମିକ ମୃତ
ଭିଜିଲାନ୍ସ ଜାଲରେ ଓଏଏସ୍‌ ଅଧିକାରୀ

କୋଚିନ ୟୁନିଭର୍ସିଟି ଅଫ୍ ସାଇନ୍ସ ଆଣ୍ଡ ଟେକ୍ନୋଲୋଜି ବିଶ୍ବବିଦ୍ୟାଳୟରେ ଦଳାଚକଟା

0

କୋଚି: କେରଳର କୋଚିରେ କୋଚିନ ୟୁନିଭର୍ସିଟି ଅଫ୍ ସାଇନ୍ସ ଆଣ୍ଡ ଟେକ୍ନୋଲୋଜିରେ ଆୟୋଜିତ ମ୍ୟୁଜିକ୍ କନସର୍ଟରେ ଦଳାଚକଟା । ଦଳାଚକଟାରେ ୪ ଛାତ୍ରଙ୍କ ମୃତ୍ୟୁ । ଏକାଧିକ ଛାତ୍ରଛାତ୍ରୀ ଆହତ ।

ଘଟଣା ସମ୍ପର୍କରେ ସୂଚନା ଦେଇ କେରଳ ସ୍ୱାସ୍ଥ୍ୟମନ୍ତ୍ରୀ ବୀଣା ଜର୍ଜ କହିଛନ୍ତି, ନିଖିତା ଗାନ୍ଧୀଙ୍କ ସଂଗୀତ ସମାରୋହ ସମୟରେ ଏହି ଅଘଟଣ ଘଟିଛି । ବିଶ୍ୱବିଦ୍ୟାଳୟ ପରିସରରେ ଖୋଲା ଆକାଶ ଅଡିଟୋରିୟମରେ ସଂଗୀତ କନସର୍ଟ ଆୟୋଜିତ ହୋଇଥିଲା । ଆହତଙ୍କ ଚିକିତ୍ସା ପାଇଁ କଲାମାସେରି ମେଡିକାଲ କଲେଜରେ ବ୍ୟବସ୍ଥା କରାଯାଇଛି । ନିଖିତା ଗାନ୍ଧୀଙ୍କ ସଂଗୀତ ସମାରୋହ ଚାଲିଥିବା ବେଳେ ଯେଉଁ ଛାତ୍ରମାନେ ପଛରେ ଛିଡ଼ା ହୋଇ ମ୍ୟୁଜିକ ଶୁଣୁଥିଲେ ହଠାତ୍ ବର୍ଷା ହେବାରୁ ସେମାନେ ସବୁ ଷ୍ଟେଜ୍ ଫ୍ରଣ୍ଟକୁ ଦଉଡିବାକୁ ଲାଗିଲେ । ଏଥିପାଇଁ ଦଳଚକଟା ହୋଇଥିବା ସୂଚନା ମିଳିଛି ।

Leave A Reply

Your email address will not be published.