ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

ଓଡିଶା ଗସ୍ତରେ ମହାମହିମ ଦ୍ରୌପଦୀ ମୁର୍ମୁ

0

ଭୁବନେଶ୍ବର: ଆଜି ଠାରୁ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ରାଷ୍ଟ୍ରପତି ଭୁବନେଶ୍ବରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ କରିଛନ୍ତି। ରାଷ୍ଟ୍ରପତିଙ୍କୁ ବିମାନବନ୍ଦରରେ ପାରମ୍ପରିକ ନୃତ୍ୟ ଓ ବାଜାର ସହିତ ସ୍ବାଗତ କରାଯାଇଛି।

ସେହିପରି ବିମାନମନ୍ଦରରେ ରାଷ୍ଟ୍ରପତିଙ୍କୁ ରାଜ୍ୟପାଳ ରଘୁବର ଦାସ୍‌, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ପୁଲିସ ଡିଜି ସୁନୀଲ ବଂଶଲ ଓ ମେୟର ସୁଲୋଚନା ଦାସ ସ୍ବାଗତ କରିଛନ୍ତି। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ୧୬ ପ୍ଲାଟୁନ ପୁଲିସ ଫୋର୍ସ ସହ ୧୦୦ ଅଫିସର ମୁତୟନ ଅଛନ୍ତି।

ସୂଚନାଯୋଗ୍ୟ, ମହାମିହମ ଆଜି ରାଜଭବନରେ ବିଶ୍ରାମ ନେବେ। କାଲି (ସୋମବାର) ସକାଳ ୮.୩୦ରୁ ରାଜଭବନରୁ ବାହାରି ୮.୪୦ ରେ ସ୍ଵତନ୍ତ୍ର ବିମାନରେ ପାରାଦ୍ଵୀପ ଯିବେ। ସକାଳ ୧୦ଟାରେ ଗୋପବନ୍ଧୁ ଷ୍ଟାଡିୟମରେ ହେଲିପ୍ୟାଡରୁ ଅବତରଣ ପରେ ସ୍ବତନ୍ତ୍ର ବ୍ୟାରିକେଟରେ ପାରାଦୀପ ବନ୍ଦରର ୪ ନମ୍ବର ଗେଟରେ ପ୍ରବେଶ କରିବେ ରାଷ୍ଟ୍ରପତି। ଆୟୋଜିତ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦାନ କରିବେ। ମଧ୍ୟାହ୍ନରେ ନେହରୁ ବଙ୍ଗଳାରେ କିଛି ମତ୍ସ୍ୟଜୀବୀଙ୍କୁ ଭେଟିବେ ରାଷ୍ଟ୍ରପତି । ଏହି ବୋଇତ ବନ୍ଦାଣ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଶ୍ରୀପଦ ନାଏକ, ବିଶ୍ବେଶ୍ବର ଟୁଡୁ, ଶାନ୍ତନୁ ଠାକୁର, ରାଜ୍ୟ ସରକାରଙ୍କ ବାଣିଜ୍ୟ ମନ୍ତ୍ରୀ ଟୁକୁନି ସାହୁ, ଜଗତସିଂହପୁର ସାଂସଦ ରାଜଶ୍ରୀ ମଲ୍ଲିକ ଓ ପାରାଦୀପ ବିଧାୟକ ସମ୍ବିତ ରାଉତରାୟ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

Leave A Reply

Your email address will not be published.