ପ୍ରମୁଖ ଖବର

କମନୱେଲଥ୍ ଗେମ୍ସ: ଅଷ୍ଟମ ଦିନରେ ଭାରତର ୬ ପଦକ, ମୋଟ ସଂଖ୍ୟା ୨୩
ରାଜ୍ୟ କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମଞ୍ଜୁରି
ସୁନ୍ଦରଗଡ଼ରେ ହାତୀ ଆତଙ୍କ: ଦନ୍ତା ଆକ୍ରମଣରେ ୨ ମୃତ
ଭୋଗପୁରମରେ ଆଲୁରି ସୀତାରାମ ରାଜୁ ଅନ୍ତର୍ଜାତୀୟ ବିମାନବନ୍ଦର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ
ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
୧୯ ବର୍ଷ ପରେ କଲକାତା ଫେରିଲେ ତସଲିମା ନସରିନ୍
ରାଷ୍ଟ୍ରପତି ଭବନରେ ଚମକିଲା ଓଡ଼ିଶାର ୩ ଷ୍ଟାର୍ଟଅପ୍
ଶସ୍ତା ହେଲା କମର୍ସିଆଲ ଗ୍ୟାସ ସିଲିଣ୍ଡର, ବଢ଼ିଲା ବିମାନ ଇନ୍ଧନ ଦର

ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର: ସରକାରୀ ସ୍ୱାସ୍ଥ୍ୟ ବ୍ୟବସ୍ଥା ଉପରେ ଲୋକଙ୍କ ଭରଷା ବଢିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି ଭିଡିଓ କନ୍‌ଫରେନ୍‌ସ ଜରିଆରେ ସାରା ରାଜ୍ୟରେ ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି। ମୁଖ୍ୟମନ୍ତ୍ରୀ ଆଜି ସାରା ରାଜ୍ୟରେ ୧୧୪୦ କୋଟି ଟଙ୍କାର ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ୧୪୦ କୋଟି ଟଙ୍କା ବିନିଯୋଗରେ ୧୦୩ଟି ପ୍ରକଳ୍ପ ଉଦ୍‌ଘାଟନ କରିଥିବାବେଳେ ୧୦୦୦ କୋଟି ଟଙ୍କା ବ୍ୟୟରେ ୩୭୨ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ୫-ଟି ଉପକ୍ରମରେ ବିଭିନ୍ନ ପଦକ୍ଷେପ ଦ୍ୱାରା ସରକାରୀ ହସ୍ପିଟାଲଗୁଡିକରେ ରୂପାନ୍ତର ଆସିପାରିଛି। ଏହା ଦ୍ୱାରା ସରକାରୀ ସ୍ୱାସ୍ଥ୍ୟ ବ୍ୟବସ୍ଥା ଉପରେ ଲୋକଙ୍କ ଭରଷା ବଢିଛି। ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଲୋକଙ୍କ ପାଇଁ ଆଶୀର୍ବାଦ ହୋଇଛି। ଲୋକମାନେ ସୁବିଧାରେ ବିନା ଖର୍ଚ୍ଚରେ ଉତ୍ତମ ସ୍ୱାସ୍ଥ୍ୟସେବା ପାଉଛନ୍ତି। ପ୍ରତି ମାସରେ ୧ ଲକ୍ଷରୁ ଅଧିକ ରୋଗୀ ଚିକିତ୍ସା ସୁବିଧା ପାଉଛନ୍ତି। ଲୋକଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇଦେବା ପାଇଁ ଏହା ଆମ ପ୍ରତିବଦ୍ଧତାର ପ୍ରତିଫଳନ।

ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଓଡିଶାକୁ ଏକ ରୋଲ୍ ମଡେଲ୍ କରିବା ଆମର ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଆଜିର ପ୍ରକଳ୍ପଗୁଡିକ ସ୍ୱାସ୍ଥ୍ୟ ଭିତ୍ତିଭୂମି କ୍ଷେତ୍ରରେ ଏକ ବଡ ପରିବର୍ତ୍ତନ ଆଣିବ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମର ଲକ୍ଷ୍ୟ ହେଉଛି ‘ସୁସ୍ଥ ଓଡିଶା ସୁଖୀ ଓଡିଶା’। ରାଜ୍ୟର ସବୁ ଲୋକ ଯେପରି ସୁବିଧାରେ ଉତ୍ତମ ସେବା ପାଇପାରିବେ ସେ ଦିଗରେ ଆମେ କାମ କରୁଛୁ ।

ରାଜ୍ୟର ସବୁ ଲୋକ ଯେପରି ସୁବିଧାରେ ଉତ୍ତମ ସେବା ପାଇପାରିବେ ସେ ଦିଗରେ ଆମେ କାମ କରୁଛୁ । ରାଜ୍ୟର ସରକାରୀ ହସ୍ପିଟାଲଗୁଡିକର ଭିତ୍ତିଭୂମିରେ ବହୁତ ପରିବର୍ତ୍ତନ ଆସିଛି ବୋଲି ପ୍ରକାଶ କରି କହିଥିଲେ ଯେ ଏସ୍.ସି.ବି. ମେଡିକାଲ୍ କଲେଜ୍‌କୁ ବିଶ୍ୱସ୍ତରୀୟ କରିବା ପାଇଁ କାମ ଚାଲିଛି। ନୂଆ ନୂଆ ମେଡିକାଲ କଲେଜ୍ ଖୋଲୁଛି। ବିଭିନ୍ନ ହସ୍ପିଟାଲରେ ନୂଆ ସୁବିଧାର ବିକାଶ ହେଉଛି। ନିୟମିତ ଭାବେ ଡାକ୍ତର ଓ ସହାୟକ କର୍ମଚାରୀ ପଦବୀ ପୂରଣ ହେଉଛି। ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟସେବା ମିଶନରେ ଭିତ୍ତିଭୂମି ବିକାଶ କାମ ଜାରି ରହିଛି। ଗତ ୫ ବର୍ଷରେ ସ୍ୱାସ୍ଥ୍ୟ ଭିତ୍ତିଭୂମିର ବିକାଶ ପାଇଁ ୧୨ ହଜାର କୋଟି ଟଙ୍କା ଖର୍ଚ୍ଚ କରାଯାଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟର ସବୁ ସ୍ତରରେ- ପ୍ରାଥମିକ ସ୍ୱାସ୍ଥ୍ୟ, ଗୋଷ୍ଠୀ ସ୍ୱାସ୍ଥ୍ୟ ଓ ଜିଲ୍ଲା ସ୍ୱାସ୍ଥ୍ୟ ସେବା ବ୍ୟବସ୍ଥାକୁ  ସୁଦୃଢ କରିବା ଆମର ଲକ୍ଷ୍ୟ।

Leave A Reply

Your email address will not be published.