ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୮ମୃତ, ୮ଗୁରୁତର

0

ଘଟଗାଁ: ତାରିଣୀଙ୍କୁ ଦର୍ଶନ କରିବା ପାଇଁ ଆସିଥିବା ଦୁଇ ପରିବାରଙ୍କ ଖୁସି ମଉଳି ଯାଇଛି। ଆଜି ସକାଳେ ଘଟଗାଁ ନିକଟରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏଥିରେ ପ୍ରାଣ ହରାଇଛନ୍ତି ୮ ଲୋକ। ଏହାଛଡ଼ା  ୮ଜଣ ଗୁରୁତର ହୋଇଛନ୍ତି। ଗୁରୁତରମାନଙ୍କ ମଧ୍ୟରୁ ୩ଜଣଙ୍କ ଅବସ୍ଥା ସଂକଟାପନ୍ନ ଥିବା କୁହାଯାଇଛି। ସେମାନଙ୍କୁ କଟକ ବଡ଼ ମେଡିକାଲକୁ ପଠାଯାଇଛି। ଏଣେ ଅନ୍ୟ ୫ ଗୁରୁତରଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ଘଟାଇଥିବା ଡ୍ରାଇଭର୍ କିନ୍ତୁ ଫେରାର ହୋଇଯାଇଛି।

ତେବେ ଦୁର୍ଘଟଣାରୁ ବର୍ତ୍ତିଯାଇଛନ୍ତି ପଛ ସିଟରେ ବସିଥିବା ଜଗଦୀଶ ଗୌଡ଼। ତାଙ୍କ କହିବା ଅନୁଯାୟୀ, ସେମାନେ ୧୮ଜଣ ଗାଡ଼ିରେ ଆସିଥିଲେ। ତାଙ୍କ ପରିବାର, ତାଙ୍କ ମାମୁଘର ଓ ସଙ୍ଗାତ ଘର ଲୋକେ ଘଟଗାଁ ଆସୁଥିଲେ। ସେମାନେ ରାତି ସାଢ଼େ ୮ଟା ସମୟରେ ଘରୁ ବାହାରିଥିଲେ।ତାରିଣୀ ମନ୍ଦିରର ମାତ୍ର ୩ କିଲୋମିଟର ଥିବା ବେଳେ ଘଟିଥଲା ମର୍ମନ୍ତୁଦ ଦୁର୍ଘଟଣା। ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ରକକୁ ଭ୍ୟାନ୍ ଧକ୍କା ଦେବାରୁ ୭ ଜଣଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ୮ ଜଣ ଗୁରୁତର ଆହତ ହୋଇଛନ୍ତି। କେନ୍ଦୁଝର ଜିଲ୍ଲା ଏନଏଚ୍ ୨୦ ବାଲିଯୋଡ଼ି ନିକଟରେ ଆଜି ଭୋରରୁ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତାହତଙ୍କ ଘର ଦିଗପହଣ୍ଡି ବୋଲି ଜଣାଯାଇଛି।

ଦୁର୍ଘଟଣାରେ ଭ୍ୟାନ୍‌ଟି ଭାଙ୍ଗିରୁଜି ନଷ୍ଟ ହୋଇଯାଇଛି। କୁହୁଡି ଯୋଗୁ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଥିବା କୁହାଯାଉଥିବା ବେଳେ ପ୍ରକୃତ କାରଣ ସ୍ପଷ୍ଟ ହୋଇନାହିଁ। ପୁଲିସ ଘଟଣାର ତଦନ୍ତ କରୁଛି।

Leave A Reply

Your email address will not be published.