ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

ଅବପାତ ପ୍ରଭାବରେ ଓଡ଼ିଶାରେ ବର୍ଷା ସମ୍ଭାବନା : ସିଇସି

0

ଭୁବନେଶ୍ୱର, ଡିସେମ୍ବର ୧: ଦକ୍ଷିଣ – ପୂର୍ବ ବଙ୍ଗୋପ ସାଗର ଓ ତତ୍ ସଂଲଗ୍ନ ତାମିଲନାଡୁ ଉପକୁଳରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇସାରିଥିବା ବେଳେ ଏହା ଏକ ଘୂର୍ଣ୍ଣିଝଡ଼ରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ସୂଚନା ଦେଇଛି ।

ତଥ୍ୟ ଅନୁଯାୟୀ ଡିସେମ୍ବର ୩ ତାରିଖ ଅପରାହ୍ଣ ସୁଦ୍ଧା ପୂର୍ବ ତାମିଲନାଡୁରୁ ଉପକୂଳର ୪୦୦ କିମି ଦୂରରେଏହି ଅବପାତ ଘୂର୍ଣ୍ଣିଝଡ଼ରେ ପରିଣତ ହୋଇ ଉତ୍ତ ର-ପଶ୍ଚିମ ଦିଗରେ ଗତି କରିବା ସହ ଡିସେମ୍ବର ୪ ତାରିଖ ରାତି କିମ୍ବା ଡିସେମ୍ବର ୫ ତାରିଖ ସକାଳେ ଆନ୍ଧ୍ର ପ୍ରଦେଶର ମଛଲିପଟନମ୍ ଠାରେ ଉପକୂଳ ଅତିକ୍ରମ କରିବ ବୋଲି ସିଇସି ବୁଲେଟିନ୍ ପ୍ରକାଶ କରିଛି ।

ପରବର୍ତୀ ସମୟରେ ଏହା ନିଜର ଗତିପଥ ବଦଳାଇ ଉତର-ଉତରପୂର୍ବ ଦିଗରେ ସ୍ଥଳ ଭାଗରେ ଆନ୍ଧ୍ରପ୍ରଦେଶ ଉପକୂଳରେ ଗତି କରିବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲା ଯେପରିକି କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି ଓ ଗଞ୍ଜାମ୍‌ରେ ଡିସେମ୍ବର ୫ ତାରିଖରେ ପବନର ବେଗ ଘଂଟା ପ୍ରତି ୭୫ କିମି ରହିବାର ସମ୍ଭାବନା ରହିଛି । ଏଥି ସହିତ ଏହି ସବୁ ଜିଲ୍ଲା ସମେତ କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ସିଇସି କହିଛି ।

ଏହି ସବୁ ଜିଲ୍ଲାଗୁଡ଼ିକରେ ଡିସେମ୍ବର ୫ ଓ ୬ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ଥିବା ବେଳେ ଡିସେମ୍ବର ୫ ରୁ ୭ ତାରିଖ ମଧ୍ୟରେ ଖୋର୍ଦ୍ଧା, ନୟାଗଡ଼, ପୁରୀ ଓ କଟକ ଜିଲ୍ଲା ସମେତ ଏହାର ନିକଟବର୍ତୀ ଅଂଚଳଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ, ପ୍ରବଳ ଓ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ସିଇସି କହିଛି ।

Leave A Reply

Your email address will not be published.