ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ଆନ୍ଧ୍ର ଉପକୂଳ ସ୍ଥଳଭାଗ ଛୁଇଁଲା ବାତ୍ୟା ‘ମିଗଜୋମ’

0

ଭୁବନେଶ୍ବର: ଆନ୍ଧ୍ର ଉପକୂଳ ବାପଟଲାରେ ସ୍ଥଳଭାଗ ଛୁଇଁଲା ମିଗଜୋମ । ସ୍ଥଳଭାଗ ଛୁଇଁବା ସମୟରେ ଘଂଟା ପ୍ରତି ପବନର ବେଗ ୯୦ରୁ ୧୦୦ କିଲୋମିଟର ରହିଛି । ପବନର ବେଗ ସର୍ବାଧିକ ୧୧୦ କିଲୋମିଟର ପର୍ଯ୍ୟନ୍ତ ଯାଇପାରେ। ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି ।

ବାତ୍ୟାର ପ୍ରଭାବରେ ଆନ୍ଧ୍ରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ମଧ୍ୟ ଜାରି ରହିଛି । ବାତ୍ୟା ମିଗଜୋମକୁ ନେଇ ଆନ୍ଧ୍ରର ୮ଟି ଜିଲ୍ଲାକୁ ସତର୍କ କରାଯାଇଛି । ତିରୁପତି, ନେଲୋର, ପ୍ରକାଶମ, ବାପଟଲା, କୃଷ୍ଣା, ପଶ୍ଚିମ ଗୋଦାବରୀ, କୋନସିମା ଏବଂ କାକିନଡା ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି ହୋଇଛି । ୮ଟି ଜିଲ୍ଲାରେ ଏନଡିଆରଏଫ ଓ ଏସଡିଆରଏଫର ଟିମକୁ ନିୟୋଜିତ କରାଯାଇଛି ତେବେ ଆସନ୍ତାକାଲି ପର୍ଯ୍ୟନ୍ତ ଅତି ପ୍ରବଳ ବର୍ଷା ନେଇ ଚେତାବନୀ ଜାରି କରିଛି ଆଇଏମଡି । ବର୍ଷା ଓ ବାତ୍ୟା ପାଇଁ ବନ୍ଦ ରହିଛି ସ୍କୁଲ ଓ କଲେଜ । ଖରାପ ପାଗ ପାଇଁ ତିରୁପତି ବିମାନ ବନ୍ଦରରୁ ସମସ୍ତ ବିମାନ ଉଡାଣକୁ ବାତିଲ କରାଯାଇଛି ।

ବାତ୍ୟା ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ବର୍ଷା ଲାଗି ରହିଛି । ଆସନ୍ତାକାଲି ଗଜପତି ଜିଲ୍ଲାରେ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା କରାଯାଇଛି । ଏଥିପାଇଁ ରାଜ୍ୟ ସରକାର ଜିଲ୍ଲାପାଲଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ମୋହନାରେ ଝିପି ଝିପି ବର୍ଷା ଲାଗି ରହିଛି । ଗତ ରାତିଠାରୁ ବର୍ଷା ଲାଗି ରହିଥିବା ବେଳେ ଜନ ଜୀବନ ପ୍ରଭାବିତ ହୋଇଛି । ପାଣିପାଗ ବିଭାଗ ପକ୍ଷରୁ ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ସେପଟେ ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।

ତେବେ ଓଡିଶା ଉପରେ ସେଭଳି କୌଣସି ପ୍ରଭାବ ନାହିଁ ବୋଲି ଆଇଏମଡି ସ୍ପଷ୍ଟ କରିଛି । ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ କରିଛି ପାଣିପାଗ ବିଭାଗ । ଆଜି ରାଜ୍ୟର୮ଟି ଜିଲ୍ଲାରେ ପ୍ରବଳ ବର୍ଷା ଚେତାବନୀ ଦିଆଯାଇଛି । ତିନୋଟି ଜିଳ୍ଲାକୁ ଅରେଂଜ ଓ ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ମାଲକାନଗିରି, କୋରାପୁଟ, ରାୟଗଡା ରେ ୭ରୁ ୨୦ ସେଂଟିମିଟର ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି ୮ଟି ଜିଲ୍ଲାରେ ବର୍ଷା ନେଇ ଜାରି ହୋଇଛି ୟୋଲୋ ୱାର୍ଣ୍ଣିଂ ।

Leave A Reply

Your email address will not be published.