ପ୍ରମୁଖ ଖବର

ଶିଳ୍ପ ପ୍ରୋତ୍ସାହନ ସଂସ୍ଥା ‘ଇପିକଲ୍’ (IPICOL) ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (UAE)ର ପ୍ରତିଷ୍ଠିତ ବ୍ୟବସାୟିକ ପ୍ରତିଷ୍ଠାନ ଇଣ୍ଟରନ୍ୟାସନାଲ୍ ହୋଲ୍ଡିଂ କମ୍ପାନୀ (IHC ଗ୍ରୁପ୍) ମଧ୍ୟରେ ବୁଝାମଣା ପତ୍ର ସ୍ବାକ୍ଷରିତ
ଏକ ମେଗା ସମନ୍ୱିତ ଆଲୁମିନିୟମ୍ ପ୍ରକଳ୍ପ ପାଇଁ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହେଲା
୧.୧୦ ଲକ୍ଷ କୋଟି ଟଙ୍କାର ବିପୁଳ ପୁଞ୍ଜିନିବେଶ କରାଯିବ
ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନୀ
୩ ଓ ୪ ତାରିଖ ଦୁଇ ଦିନ ପାଇଁ ମାଲକାନଗିରି ଓ କୋରାପୁଟ କୁ ରେଡ ଆଲର୍ଟ ଜାରି
ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଲଘୁଚାପ କ୍ଷେତ୍ର ସୃଷ୍ଟି
ଦୁଇରୁ ତିନି ଦିନ ଭିତରେ ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବ
କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀଙ୍କ ଓଡ଼ିଶା କାର୍ଯ୍ୟକ୍ରମ ବାତିଲ
ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଠାରୁ ଓଡ଼ିଶା ଆସିଥାନ୍ତେ
ପରବର୍ତ୍ତୀ ସମୟରେ ପୁଣି ଥରେ କାର୍ଯ୍ୟକ୍ରମ ସ୍ଥିର ହେବ ବୋଲି କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ

ଫେରିଲା କରୋନା: ଦେଶରେ ୫ ଜଣଙ୍କ ମୃତ୍ୟୁ

0

ନୂଆଦିଲ୍ଲୀ: ପୁଣି ବଢ଼ିଲା କରୋନା ଭୟ। ଦେଶରେ କଡ ଲେଉଟାଇଲା କରୋନା। ପୁଣି ଥରେ କାୟା ବିସ୍ତାର କରିବାରେ ଲାଗିଛି କୋଭିଡ-୧୯ ଭୂତାଣୁ। ୨୪ ଘଣ୍ଟା ଦେଶରେ ୩୩୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୫ ଜଣ ଆକ୍ରାନ୍ତ ଆଖି ବୁଜିଛନ୍ତି। ମୃତକଙ୍କ ମଧ୍ୟରେ କେରଳରୁ ୪ ଜଣ ଅଛନ୍ତି। ସମସ୍ତ ଆକ୍ରାନ୍ତ କୋଭିଡ-୧୯ ସବ୍‌ ଭାରିଆଣ୍ଟ ଜେଏନ-୧ରେ ସଂକ୍ରମିତ ଥିଲେ।

ଜଣେ ଉତ୍ତରପ୍ରଦେଶର ସଂକ୍ରମିତ ଆଖି ବୁଜିଛନ୍ତି। ସେ କୋଭିଡ-୧୯ ସବ୍‌ ଭାରିଆଣ୍ଟ ଦ୍ୱାରା ସଂକ୍ରମିତ ହୋଇଥିଲେ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଦେଶରେ ବର୍ତ୍ତମାନ ସୁଦ୍ଧା ୧୮୨୮ ସକ୍ରିୟ ମାମଲା ରହିଛି। କୋଭିଡରେ ଏବେ ସୁଦ୍ଧା ମୋଟ୍‌ ୫ ଲକ୍ଷ ୩୩ ହଜାର ୩୧୬ ଜଣଙ୍କ ମୃତ୍ୟୁ ହୋଇଛି । ଏହି ହାରରେ ମୃତ୍ୟୁ ୧.୧୯ ପ୍ରତିଶତ ରହିଛି।

କରୋନା ମହାମାରୀକୁ ଦୃଷ୍ଟିରେ ରଖି ଆଜି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ମନସୁଖ ମାଣ୍ଡଭିୟ ଜରୁରୀ ବୈଠକ ଡାକିଛନ୍ତି। ଏଥିରେ ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀମାନେ ଯୋଗଦେବେ। ବିଭିନ୍ନ ରାଜ୍ୟରେ ସ୍ୱାସ୍ଥ୍ୟ ବ୍ୟବସ୍ଥା ଉପରେ ମନ୍ତ୍ରୀମାନଙ୍କ ସହ ଆଲୋଚନା କରିବା ସହ ସ୍ଥିତି ସମୀକ୍ଷା କରିବେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ। ସେପଟେ କେରଳରେ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବା ପରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସମସ୍ତ ରାଜ୍ୟକୁ ସତର୍କ ରହିବାକୁ ପରାମର୍ଶ ଦେଇଛି। ବିଶେଷ କରି ଆଗକୁ ଖ୍ରୀଷ୍ଟମାସ ଏବଂ ଇଂରାଜୀ ନବବର୍ଷ ଆସୁଥିବାରୁ ଭିଡ ନିୟନ୍ତ୍ରଣ କରିବାକୁ ପରାମର୍ଶ ଦିଆଯାଇଛି।

ଆମେରିକା, ଚୀନ ଓ ସିଙ୍ଗାପୁର ପରେ ଭାରତରେ ଏହି ଭାରିଆଣ୍ଟ ଚିହ୍ନଟ ହେବା ପ୍ରଥମ। ସେପଟେ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି କର୍ଣ୍ଣାଟକ ସରକାର ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରିଛନ୍ତି। ବିଶେଷ କରି ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟାରେ ପୀଡିତ ଏବଂ ବୟସ୍କ ବ୍ୟକ୍ତିଙ୍କୁ ମାସ୍କ ପିନ୍ଧିବାକୁ ପରାମର୍ଶ ଦେଇଛନ୍ତି ରାଜ୍ୟ ସରକାର। 

Leave A Reply

Your email address will not be published.