ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

ଯୋଗାଣ ଅଧିକାରୀ ପ୍ରଶାନ୍ତ ଗନ୍ତାୟତ ଗିରଫ

0

ଭୁବନେଶ୍ୱର: ଭୁବନେଶ୍ୱର ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ ଗନ୍ତାୟତଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗତକାଲି ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ ଗନ୍ତାୟତଙ୍କ ସରକାରୀ ବାସଭବନ, ଘର ସମେତ ୮ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରାଯାଇଥିଲା। ଭୁବନେଶ୍ୱର ଓ ଗଂଜାମରେ ଏକକାଳୀନ ଚଢ଼ଉ ହୋଇଥିଲା।

ଭୁବନେଶ୍ୱର ସ୍ଥିତ କାର୍ଯ୍ୟାଳୟ ଓ ସରକାରୀ ବାସଭବନ, ଭୁବନେଶ୍ୱରର ପାଣ୍ଡରା, ଚନ୍ଦ୍ରଶେଖରପୁର, ଲକ୍ଷ୍ମୀସାଗରରେ ଥିବା ଘର ଓ ବ୍ରହ୍ମପୁରର ପୈତୃକ ଘର ଓ ଭବାନୀପୁରରେ ଥିବା ଘରେ ଚଢ଼ଉ ଚାଲିଥିଲା। ପ୍ରଶାନ୍ତ ଗନ୍ତାୟତଙ୍କ ପୁଳାପୁଳା ସମ୍ପତ୍ତି ମଧ୍ୟରେ ରହିଛି ଦୁଇଟି ବହୁତଳ କୋଠା। ଏହି ଦୁଇଟି କୋଠା ଭୁବନେଶ୍ୱରରେ ଅଛି। ସେହିପରି ଭୁବନେଶ୍ୱରରେ ତାଙ୍କର ଦୁଇଟି ଫ୍ଲାଟ ଅଛି। ତାଙ୍କର ମୋଟ୍ ୫ ଟି ପ୍ଲଟ୍ ଠାବ କରାଯାଇଛି, ଯେଉଁଥିରୁ ୩ ଟି ଭୁବନେଶ୍ୱରରେ ଅଛି।

ଚଢ଼ଉ ବେଳେ ଭୁବନେଶ୍ୱର ପାଣ୍ଡରା ଅଞ୍ଚଳରେ ୪,୮୦୦ ବର୍ଗଫୁଟରେ ନିର୍ମିତ ୩ମହଲା ଆବାସିକ କୋଠା, ଚନ୍ଦ୍ରଶେଖରପୁର ଅଞ୍ଚଳରେ ୨ମହଲା କୋଠା, ଲକ୍ଷ୍ମୀସାଗର ନୀଳାଚଳ ସିଟିରେ ଆପାର୍ଟମେଣ୍ଟ, ବ୍ରହ୍ମପୁର ନୀଳାଚଳ ହାଇଟସରେ ଆପାର୍ଟମେଣ୍ଟ ଆଦି ଠାବ କରାଯାଇଛି। ଜବତ କୋଠା, କମ୍ପ୍ଲେକ୍ସ ଓ ଆପାର୍ଟମେଣ୍ଟର ମୂଲ୍ୟ ୩ କୋଟିରୁ ଊର୍ଦ୍ଧ୍ବ ହେବ ବୋଲି ଆକଳନ କରାଯାଇଛି। ସେହିପରି ଭୁବନେଶ୍ବର ଓ ବ୍ରହ୍ମପୁରର ପ୍ରମୁଖ ଅଞ୍ଚଳରେ ୫ଟି ପ୍ଲଟ୍ ମଧ୍ୟ ଠାବ ହୋଇଛି। ଏହାର ପ୍ରକୃତ ମୂଲ୍ୟ ୨ କୋଟିରୁ ଊର୍ଦ୍ଧ୍ବ ହେବ ବୋଲି ଭିଜିଲାନ୍ସ ଆକଳନ କରିଛି।

ଏହାଛଡ଼ା ତାଙ୍କର ବିଭିନ୍ନ ବ୍ୟାଙ୍କରେ ଥିବା ଏକାଧିକ ଆକାଉଣ୍ଟ୍ ଓ ଇନ୍ସ୍ୟୁରାନ୍ସ ଜମାକୁ ଠାବ କରାଯାଇଛି। ସେଥିରେ ଦେଢ଼କୋଟିରୁ ଅଧିକ ଟଙ୍କା ଥିବା ଜଣାପଡ଼ିଛି। ଘରୁ ନଗଦ ୧ଲକ୍ଷ ୨୧ହଜାର ଟଙ୍କା, ୫୩୬ ଗ୍ରାମ୍ର ସୁନା ଗହଣା, ୨୦.୫ଲକ୍ଷ ଟଙ୍କାର ଆସବାବପତ୍ର ମଧ୍ୟ ଜବତ କରାଯାଇଛି। ଗୋଟିଏ ୪ ଚକିଆ ଯାନ ଓ ୨ଟି ବାଇକ୍ ଠାବ ହୋଇଛି। ଠାବ ହୋଇଥିବା ସ୍ଥାବର ଅସ୍ଥାବର ସମ୍ପତ୍ତିର ମୂଲ୍ୟ ୭ କୋଟିରୁ ଊର୍ଦ୍ଧ୍ବ ଟଙ୍କା ହେବ ବୋଲି ଆକଳନ କରାଯାଇଛି। ବାବୁଙ୍କର ଆୟ ବହିର୍ଭୂତ ସମ୍ପତ୍ତି ଆହୁରି ଢେର୍ ଅଧିକ ହେବ ବୋଲି ଅନୁମାନ କରାଯାଉଛି। ୮ଜଣ ଡିଏସ୍ପିଙ୍କ ନେତୃତ୍ବରେ ୫ଜଣ ଆଇଆଇସି ଓ ଅନ୍ୟ କର୍ମଚାରୀମାନେ ୭ଟି ସ୍ଥାନରେ ଏହି ଚଢ଼ଉ କରିଥିଲେ।

Leave A Reply

Your email address will not be published.