ପ୍ରମୁଖ ଖବର

ଖୁବଶୀଘ୍ର ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ହେବ-ମୁଖ୍ୟମନ୍ତ୍ରୀ
ମହିଳାଙ୍କୁ ସରାକରଙ୍କ ରାକ୍ଷୀ ଭେଟି, ଆସିଲା ସୁଭଦ୍ରାର ୩ୟ କିସ୍ତି ଟଙ୍କା
ଚନ୍ଦ୍ରଶେଖରପୁର ଅଞ୍ଚଳରେ ଥିବା ଘରୋଇ ହସ୍ପିଟାଲରେ ଶୁକ୍ରବାର ଜଣେ ନର୍ସଙ୍କ ସନ୍ଦେହଜନକ ମୃତ୍ୟୁ
କୋରାପୁଟରେ ସ୍କୁଲ ଛାତ୍ରୀଙ୍କ ହାତରୁ ରାକ୍ଷୀ ବାନ୍ଧିଲେ ମୁଖ୍ୟମନ୍ତ୍ରୀ
ଆତଙ୍କବାଦୀଙ୍କ ଗୁଳିବିନିମୟରେ ୨ ଯବାନ ଶହିଦ, ୧୦ ଆହତ
ରାଜଧାନୀରେ ଅଘଟଣ: ୧୦୦ ଫୁଟ ଲମ୍ବା କାନ୍ଥ ଭୁଶୁଡ଼ି, ୭ ମୃତ
କ୍ରୀଡ଼ାର ପ୍ରସାର ପାଇଁ ଜିନ୍ଦଲ ଫାଉଣ୍ଡେସନକୁ ଫିକି ପକ୍ଷରୁ ସ୍ପେଶାଲ ଆପ୍ରିସିଏସନ ଆଓ୍ୱାର୍ଡ

ପୁଣି ଫେରିଲା କି କରୋନା ?

0

ଭୁବନେଶ୍ବର: ଦୀର୍ଘ ତିନି ବର୍ଷ ଧରି ସାରା ବିଶ୍ୱକୁ କନ୍ଦାଇବା ପରେ ପୁଣି ଥରେ କରୋନା ଭାଇରସ୍ କଡ଼ ଲେଉଟାଇଛି । ବିଭିନ୍ନ ରାଜ୍ୟରେ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ବିଭିନ୍ନ ରାଜ୍ୟ ପାଇଁ ମାର୍ଗଦର୍ଶିକା ଜାରି କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କୋଭିଡ-୧୯ର ୭୫୨ଟି ନୂଆ ମାମଲା ସାମ୍ନାକୁ ଆସିଥିବା ବେଳେ ୪ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ଏଥିସହିତ ମୋଟ କୋଭିଡ୍ କେସ୍ ମାମଲା ୩୪୨୦ରେ ପହଞ୍ଚି ଯାଇଛି ।

କରୋନା କଡ଼ ଲେଉଟାଇବା ପରେ ତତ୍ପର ହୋଇଛି ସ୍ୱାସ୍ଥ୍ୟ ବିଭାଗ । କରୋନା ପାଇଁ ସତର୍କ ରହିବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି । ବୟସ୍କ ଓ ବହୁବିଧ ରୋଗାକ୍ରାନ୍ତଙ୍କୁ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି । ଘରୁ ବାହାରକୁ କୁଆଡ଼େ ଯାଉଥିଲେ, ମାସ୍କ ପିନ୍ଧିବାକୁ କୁହାଯାଇଛି । ଏଭଳି ଲୋକଙ୍କୁ ଜନଗହଳି ଜାଗାକୁ ମଧ୍ୟ ନଯିବାକୁ ପରାମର୍ଶ ଦିଆଯାଇଛି ।

ତେବେ JN.1 ସବ୍ ଭାରିଆଣ୍ଟ ଚିନ୍ତା ବଢାଇ ଥିବାବେଳେ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଆଗକୁ ବଡ଼ ଦିନ, ନୂଆ ବର୍ଷ ଭଳି ଉତ୍ସବ ଥିବା ବେଳେ ବର୍ତ୍ତମାନ ପିକନିକ ୠତୁ ଚାଲିଥିବା ଉଭୟ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ଚିନ୍ତା ବଢିଛି । ସ୍ଥିତି ଉପରେ ପ୍ରଶାସନ ଓ ସ୍ୱାସ୍ଥ୍ୟ ବିଭାଗ ତିକ୍ଷଣ ନଜର ରଖିଥିବା ବେଳେ ଜନଗହଳି ସ୍ଥାନ କୁ ଗଲେ ମାକ୍ସ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.