ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

କଳିଙ୍ଗନଗର ପୋଲିସ ଫାଣ୍ଡି ଉଦ୍‌ଘାଟିତ

0

ଭୁବନେଶ୍ୱର, ଡିସେମ୍ବର ୨୬: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର କ୍ୟାମ୍ପସ୍- ୨ ନିକଟରେ ମଙ୍ଗଳବାର କମିଶନରେଟ୍ ପୋଲିସ୍ ପକ୍ଷରୁ କଳିଙ୍ଗ ନଗର ପୋଲିସ ଫାଣ୍ଡି ଉଦ୍‌ଘାଟିତ ହୋଇଯାଇଛି । ଦ୍ୱୈତ ନଗରୀରର ପୋଲିସ୍ କମିଶନର ଶ୍ରୀ ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀ ଏହି ଫାଣ୍ଡିର ଉଦ୍‌ଘାଟନ କରିଥିବା ବେଳେ ଏହି ଅବସରରେ ଆଡିସ୍‌ନାଲ୍ କମିଶନର ଅଫ୍ ପୋଲିସ ଶ୍ରୀ ବ୍ରିଜେସ୍ କୁମାର ରାୟ, ଡିସିପି ଶ୍ରୀ ପ୍ରତୀକ ସିଂ ଓ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ଉପସ୍ଥିତ ଥିଲେ ।

ଏହି ଅଂଚଳରେ ଉଭୟ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଓ ସମ୍ ଅଲ୍ଟିମେଟ ମେଡିକେୟାର ରହିଛି ଓ ପ୍ରତ୍ୟେକ ଦିନ ଅନେକ ସଂଖ୍ୟକ ରୋଗୀ ଏହି ଦୁଇ ହସ୍ପିଟାଲ୍‌କୁ ଚିକିତ୍ସା ପାଇଁ ଆସୁଛନ୍ତି । ସେମାନଙ୍କୁ ସୁରକ୍ଷା ଯୋଗାଇ ଦେବା ନିମନ୍ତେ ଏହି ପୋଲିସ୍ ଫାଣ୍ଡି ସ୍ଥାପନ କରାଯାଇଛି ବୋଲି ଏହି ଅବସରରେ କମିଶନର ଶ୍ରୀ ପ୍ରିୟଦର୍ଶୀ କହିଥିଲେ ।

ଭରତପୁର ଥାନା ଅଧିନରେ ଏହି ଫାଣ୍ଡିଟି କାର୍ଯ୍ୟ କରିବ ବୋଲି କହିବା ସହ ଏଠାରେ ଦୁଇଜଣ ଅଫିସର ଓ ୬ ରୁ ୮ ଜଣ କନେଷ୍ଟବଳ ରହିବେ ଏବଂ ଗୋଟିଏ ପୋଲିସ୍ ଭ୍ୟାନ୍ ଯୋଗାଇ ଦିଆଯିବ ବୋଲି ଶ୍ରୀ ପ୍ରିୟଦର୍ଶୀ କହିଥିଲେ । କଳିଙ୍ଗ ନଗର ଓ କଳିଙ୍ଗ ବିହାର ଅଂଚଳରେ ଲୋକମାନଙ୍କ ସୁରକ୍ଷା ଦୃଷ୍ଟିରୁ ଓ ଆଇନ୍ ଶୃଙ୍ଖଳା ପରିସ୍ଥିତିକୁ ସୁଦୃଢ଼ କରିବା ଲକ୍ଷ୍ୟରେ ଏହି ଫାଣ୍ଡି ଆରମ୍ଭ କରାଯାଇଛି ବୋଲି ସେ କହିଥିଲେ ।

ଏହି ଫାଣ୍ଡିର ପ୍ରତିଷ୍ଠା ନେଇ ଆବଶ୍ୟକୀୟ ଭିତିଭୂମି ନିମନ୍ତେ ସୋଆ ପକ୍ଷରୁ ସମ୍ପୂର୍ଣ୍ଣ ସହଯୋଗ କରାଯାଇଥିବାରୁ ଶ୍ରୀ ପ୍ର୍ରିୟଦର୍ଶୀ, ବିଶ୍ୱବିଦ୍ୟାଳୟ ଓ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର ନାୟକଙ୍କୁ କୃତଜ୍ଞତା ଜଣାଇଥିଲେ । ଏହି ଅବସରରେ ଜୋନ୍ ୫ ଅଂଚଳ ଅଧିନସ୍ଥ ଥାନାର ଅଧିକାରୀ ଓ ସ୍ଥାନୀୟ ଅଂଚଳର ବରିଷ୍ଠ ନାଗରିକମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.