ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

ସମ୍ ଅଲ୍ଟିମେଟ୍ କ୍ରୀଡା ‘ସମ୍ମମନ୍ୱୟ-୨୦୨୩’ ଉଦ୍‌ଯାପିତ

0

ଭୁବନେଶ୍ୱର, ୨୬/୧୨: ସମ୍ ଅଲ୍ଟିମେଟ୍ ମେଡିକେୟାରର ପ୍ରଥମ ସ୍ପୋର୍ଟସ ମିଟ୍ ‘ସମ୍ମମନ୍ୱୟ- ୨୦୨୩’ ବଡ଼ଦିନ ଅବସରରେ ସୋମବାର ଉଦ୍‌ଯାପିତ ହୋଇଥିବା ବେଳେ ଏହି ସ୍ପୋର୍ଟ୍ସ ମିଟ୍‌ରେ ଭାଗ ନେଇଥିବା ୧୦ଟି ଟିମ୍ ମଧ୍ୟରୁ ‘ନେବୁଲା ନୋମାଡ୍ସ’ ଟିମ୍ ଚାମ୍ପିଅନ୍ ହୋଇଛି । ‘ସମ୍ମମନ୍ୱୟ -୨୦୨୩’ର ଉଦ୍‌ଯାପନୀ କାର୍ଯ୍ୟକ୍ରମରେ ଓଡ଼ିଶାର ଗୃହ, ବୈଦ୍ୟୁତିକ ଓ ପ୍ରଯୁକ୍ତିବିଦ୍ୟା, କ୍ରୀଡ଼ା ଓ ଯୁବବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କ୍ରୀଡ଼ା ମଣିଷ ଜୀବନର ଅବିଚ୍ଛେଦ ଅଂଗ ବୋଲି କହିଥିଲେ ।

ବିଭିନ୍ନ ଅନୁଷ୍ଠାନ ଓ ଶିକ୍ଷାନୁଷ୍ଠାନ ଏଭଳି କ୍ରୀଡ଼ା ପ୍ରତିଯୋଗିତାଗୁଡ଼ିକର ଆୟୋଜନ କରିବା ଉଚିତ୍ । ଏହା କେବଳ ସ୍ୱାସ୍ଥ୍ୟ ଦୃଷ୍ଟିରୁ କିମ୍ବା ମଣିଷକୁ ସୁସ୍ଥ ରଖିବାରେ ସାହାଯ୍ୟ କରି ନଥାଏ ବରଂ ଲୋକମାନଙ୍କ ମଧ୍ୟରେ ଏକତା ଓ ଶୃଙ୍ଖଳା ଆଣିଥାଏ ବୋଲି ସେ କହିଥିଲେ । ଶ୍ରୀ ବେହେରା କହିଥିଲେ ଯେ ଓଡ଼ିଶା ସରକାର ବିଭିନ୍ନ କ୍ରୀଡ଼ାର ଉନ୍ନତି ନିମନ୍ତେ ମନୋନିବେଶ କରୁଥିବା ବେଳେ ‘ଖୋ ଖୋ’କୁ ବିଶେଷ ପ୍ରୋତ୍ସାହନ ଦେଉଛନ୍ତି ।

ଶ୍ରୀ ବେହେରାଙ୍କୁ ସମ୍ମମ୍‌ର ଚିଫ୍ ଏଗ୍‌ଜିକ୍ୟୁଟିଭ୍ ଅଫିସର ଡକ୍ଟର ଶ୍ୱେତପଦ୍ମା ଦାଶ ସ୍ୱାଗତ କରିବା ଅବସରରେ ସମାଜ ପାଇଁ କ୍ରୀଡାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ । ଏହି ସ୍ପୋର୍ଟ୍ସ ମିଟ୍‌କୁ ସଫଳ କରିଥିବାରୁ ସେ ସମ୍ମମ୍ ପରିବାରକୁ ଧନ୍ୟବାଦ ଜଣାଇଥିଲେ । ହସ୍ପିଟାଲ୍‌ର ଡାକ୍ତର, ନର୍ସ ଏବଂ ଅନ୍ୟାନ୍ୟ କର୍ମଚାରୀମାନେ ଭଲିବଲ୍‌, କ୍ରିକେଟ, ଟଗ୍ ଅଫ୍ ୱାର, ଥ୍ରୀ ଲେଗ୍‌ଡ ରେସ୍‌, ମ୍ୟୁଜିକାଲ୍ ଚେୟାର, ଲେମନ୍ ସ୍ପୁନ ରେସ, କ୍ୟାରମ୍‌, ବ୍ୟାଡମିଂଟନ୍ ଏବଂ ୧୦୦ ମିଟର ଦୌଡ ଭଳି ପ୍ରତିଯୋଗିତାରେ ଭାଗ ନେଇଥିଲେ । ଏସବୁ ମଧ୍ୟରେ ‘ନେବୁଲା ନୋମାଡ୍ସ’ ଦଳର ପ୍ରଦର୍ଶନ ପ୍ରଂଶସନୀୟ ରହିଥିଲା ।

ଡିସେମ୍ବର ୨୧ ରୁ ୨୫ ତାରିଖ ପର୍ଯ୍ୟନ୍ତ ୫ ଦିନ ଧରି ଆୟୋଜିତ ହୋଇଥିବା ଏହି ସ୍ପୋର୍ଟ୍ସ ମିଟ୍‌ରେ ୧୦ ଟି ଦଳ ସାମିଲ ହୋଇଥିଲେ । ଅନ୍ୟ ଦଳ ଗୁଡିକ ହେଲେ ଅରୋରା ଆଭେଞ୍ଜର୍ସ, ଫୋନେକ୍ସ ଫାନ୍‌ଟମ୍ସ, ଫ୍ୟୁଜନ୍ ଫୋର୍ସ, ସେଲେଷ୍ଟିଆଲ୍ କ୍ରସର୍ସ, ଜେନିଥ୍ ଜିଲଟ୍ସ , ଗ୍ୟାଲାକ୍ସି ଗ୍ଳାଡିଏଟର୍ସ , କ୍ୱାଣ୍ଟମ୍ କ୍ୱାସର୍ସ, ସ୍ଵିଫ୍ଟ ଷ୍ଟ୍ରାଇକର୍ସ ଓ ରୋଗ୍ ରାଇଡର୍ସ ।

ମନ୍ତ୍ରୀ ଶ୍ରୀ ବେହେରା ବିଜେତାମାନଙ୍କୁ ପୁରସ୍କାର ବିତରଣ କରିଥିବା ବେଳେ ବଡ଼ଦିନ ଅବସରରେ ଏକ କେକ୍ ମଧ୍ୟ କଟାଯାଇଥିଲା । ଏହି ଅବସରରେ ସିଇଓ ଡକ୍ଟର ଦାଶ , ସିଏମ୍‌ଏସ୍ ପ୍ରଫେସର (ଡକ୍ଟର) ବିରାଜ ମୋହନ ମିଶ୍ରଙ୍କ ସମେତ ଅନ୍ୟ ଅଧିକାରୀ ଓ କର୍ମଚାରୀ ମାନେ ଉପସ୍ଥିତ ଥିଲେ । ଶିକ୍ଷା ଓ ଅନୁସନ୍ଧାନ (ସୋଆ) କ୍ୟାମ୍ପସ୍‌-୫ ସ୍ଥିତ ଷ୍ଟାଡିୟମ୍ ରେ ଏହି ପ୍ରତିଯୋଗିତା ଆୟୋଜିତ ହୋଇଥିଲା ।

Leave A Reply

Your email address will not be published.