ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ

ସୋଆର ୩ ଆଇନ୍ ଛାତ୍ରଛାତ୍ରୀ ଓ ଦୁଇ ଫ୍ୟାକଲ୍ଟିଙ୍କର ଓଜେଏସ୍ ପରୀକ୍ଷାରେ ସଫଳତା

0

ଭୁବନେଶ୍ୱର, ଡିସେମ୍ବର ୨୮: ନିକଟରେ ପ୍ରକାଶ ପାଇଥିବା ଓଡ଼ିଶା ଲୋକ ସେବା ଆୟୋଗ (ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ଜୁଡିସିଆଲ୍ ସର୍ଭିସ୍ (ଓଜେଏସ୍‌) ପରୀକ୍ଷାରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ୩ ଜଣ ପୂର୍ବତନ ଆଇନ ଛାତ୍ରଛାତ୍ରୀ ଓ ଦୁଇଜଣ ଫ୍ୟାକଲ୍ଟି ସଫଳତା ହାସଲ କରିବା ସହ କୃତିତ୍ୱ ଅର୍ଜନ କରିଛନ୍ତି ।

ଓଜେଏସ୍ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଥିବା ବେଳେ ସୋଆ ନ୍ୟାସ୍‌ନାଲ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଲ (ସ୍ନିଲ୍‌) ର ପୂର୍ବତନ ଛାତ୍ରୀ ନୀଲିଶା ପଟ୍ଟନାୟକ ରାଜ୍ୟରେ ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା ବେଳେ ଅନ୍ୟ ଦୁଇ ଜଣ ପୂର୍ବତନ ଛାତ୍ରଛାତ୍ରୀ ଅମ୍ଳାନ୍ ରଥ ଓ ସୁଦତା ପାଣିଗ୍ରାହୀ ଯଥାକ୍ରମେ ୨୨ ଓ ୩୦ ସ୍ଥାନରେ ରହିଛନ୍ତି ।

ସେହିପରି ସ୍ନିଲ୍‌ର ଆସିଷ୍ଟାଂଟ ପ୍ରଫେସର ବୈଶାଳୀ ବାହୁବଳେନ୍ଦ୍ର ଏବଂ ଅଂଶୁମାନ ରଥ ଯଥାକ୍ରମେ ୩୨ ଓ ୫୦ ତମ ସ୍ଥାନ ଅଧିକାର କରିଛନ୍ତି । ନୀଲିଶା ପଟ୍ଟନାୟକ ସ୍ନିଲ୍‌ର ୨୦୨୨-୨୩ ବ୍ୟାଚ୍‌ରେ ଏଲଏଲ୍‌ଏମ୍ ପାସ୍ କରିଥିବା ବେଳେ ଅମ୍ଳାନ ରଥ ୨୦୧୪-୧୯ ବ୍ୟାଚ୍‌ର ବିବିଏ ଏଲଏଲ୍‌ବି (ଅନର୍ସ)ର ଛାତ୍ର ଓ ସୁଦତା ପାଣିଗ୍ରାହୀ ୨୦୧୨-୧୭ ବ୍ୟାଚର୍ ବିବିଏ ଏଲ୍‌ଏଲ୍‌ବି (ଅନର୍ସ)ର ଛାତ୍ରୀ ଅଟନ୍ତି । ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ସ୍ନିଲ୍‌ର ପୂର୍ବତନ ଛାତ୍ରଛାତ୍ରୀ ଓ ଫ୍ୟାକଲ୍ଟି ମେମ୍ବରଙ୍କୁ ସେମାନଙ୍କର ଏହି ସଫଳତା ପାଇଁ ଶୁଭେଚ୍ଛା ଜଣାଇଛନ୍ତି ।

Leave A Reply

Your email address will not be published.