ପ୍ରମୁଖ ଖବର

ଭୁବନେଶ୍ୱର ସ୍ଥିତ ଲାଇଫ୍ ହୋଟେଲରେ ‘ଗୋ-ହୋମଷ୍ଟେ’ ପୋର୍ଟାଲର ଶୁଭାରମ୍ଭ
ଇଂଲଣ୍ଡକୁ ପରାସ୍ତ କରି ଫାଇନାଲ୍ ରେ ଭାରତ
ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ଗୁରୁବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି
ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଲେ ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ
ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ

ସୋଆରେ ଅମୃତ କାଳ ବିମର୍ଶ ବିକଶିତ ଭାରତ କାର୍ଯ୍ୟକ୍ରମ ଆୟୋଜିତ

0

ଭୁବନେଶ୍ୱର, ୨୯/୧୨: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ (ଆଇଏଏସ୍‌) ରେ ଭାରତ ସରକାରଙ୍କ ଦ୍ୱାରା ପ୍ରାୟୋଜିତ ଅମୃତ କାଳ ବିମର୍ଶ ବିକଶିତ ଭାରତ ଅ ୨୦୪୭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବେଙ୍ଗାଲୁରୁ ସ୍ଥିତ ସିଏସ୍‌ଆଇଆର ଫୋର୍ଥ ପାରାଡାଇମ୍ ଇନ୍‌ଷ୍ଟିଚ୍ୟୁଟର ବରିଷ୍ଠ ପ୍ରମୁଖ ବୈଜ୍ଞାନିକ ଡଃ କୃଷ୍ଣ ଚନ୍ଦ୍ର ଗୌଡ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଭାରତର ପ୍ରଗତିରେ ସ୍ଥାୟୀ ବିକାଶ ଲକ୍ଷ୍ୟ (ଝଙ୍କଗ୍ଦଗ୍ଧବସଦ୍ଭବଭକ୍ଷର ଊରଙ୍ଖରକ୍ଷକ୍ଟକ୍ଟ୍ରଜ୍ଞରଦ୍ଭଗ୍ଧ ଏକ୍ଟବକ୍ଷଗ୍ଦ) ର ଭୂମିକା ଉପରେ ଆଲୋକପାତ କରିଥିଲେ । ଏହା ସହ ସେ କୃଷି ବିଜ୍ଞାନ କ୍ଷେତ୍ରରେ କୃତ୍ରିମ ବୁଦ୍ଧିମତା ର ପ୍ରୟୋଗ ଦ୍ୱାରା ଉଭୟ ଫସଲ ଉତ୍ପାଦନ ଓ ସଂରକ୍ଷଣ କ୍ଷେତ୍ରରେ ଆସିଥିବା ନୂତନ ଜ୍ଞାନ କୌଶଳ ବିଷୟରେ ମଧ୍ୟ ଆଲୋଚନା କରିଥିଲେ। । ଏହା ଛଡ଼ା ବିଜ୍ଞାନର ବିଭିନ୍ନ ବିଭାଗ ଯଥା ଯାନ୍ତ୍ରିକ ବିଦ୍ୟା, ଚିକିତ୍ସା ବିଜ୍ଞାନ ଓ କ୍ଷେତ୍ରରେ କୃତ୍ରିମ ବୁଦ୍ଧିମତାର ଉପଯୁକ୍ତ ପ୍ରୟୋଗ ଦେଶର ବିକାଶରେ ଅନେକ ଲାଭଦାୟକ ହେବ ବୋଲି ସେ ମତ ବ୍ୟକ୍ତ କରିଥିଲେ ।

ଉତ୍ସବରେ ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଯୋଗ ଦେଇ ବିକଶିତ ଭାରତରେ ଗବେଷଣା ର ଭୂମିକା ବିଷୟରେ ମତ ରଖିବା ସହ ଛାତ୍ରଛାତ୍ରୀ ମାନେ ଶିକ୍ଷକ ମାନଙ୍କ ସହିତ ଗବେଷଣା ଦିଗରେ କାର୍ଯ୍ୟ କରିବାକୁ ଆହ୍ୱାନ ଦେଇଥିଲେ । କୃଷି ମହାବିଦ୍ୟାଳୟ ର ଡିନ ପ୍ରଫେସର ସନ୍ତୋଷ କୁମାର ରାଉତ ସ୍ୱାଗତ ଭାଷଣ ଦେବା ସହିତ ସୋଆ ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ଉତ୍ସବର ଆଭିମୁଖ୍ୟ ସଂପର୍କରେ କହିଥିଲେ । ପ୍ରଫେସର ପ୍ରଭାତ କୁମାର ଷଡଙ୍ଗୀଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ଉତ୍ସବରେ ଆଇଏଏସ୍‌ର ଉପଦେଷ୍ଟା ଡଃ ବିଜୟ କୁମାର ସାହୁ ଓ ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟ ଡିନ୍ ପ୍ରଫେସର ସୁଶାନ୍ତ ରଞ୍ଜନ ଚଇନି ଉପସ୍ଥିତ ଥିଲେ । ଡଃ ଅଂଶୁମାନ ଜେନା ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

ଏହି କାର୍ଯ୍ୟକ୍ରମ ରେ ଛାତ୍ରଛାତ୍ରୀ, ଫ୍ୟାକଲ୍‌ଟି, ଟେକ୍‌ନିକାଲ କର୍ମଚାରୀଙ୍କୁ ମିଶାଇ ୫୦୦ରୁ ଊର୍ଦ୍ଧ୍ୱ ଜଣ ଯୋଗ ଦେଇଥିଲେ । ଯୋଗ ଦେଇଥିବା ଛାତ୍ରଛାତ୍ରୀ ମାନଙ୍କୁ ସେମାନଙ୍କର ଅଭିନବ ଚିନ୍ତାକୁ ବିକଶିତ ଭାରତ ପ୍ଲାଟଫର୍ମ ରେ ଆୟୋଜିତ ହେଉଥିବା ‘ଭଏସ୍ ଅଫ୍ ୟୁଥ୍‌’ କାର୍ଯ୍ୟକ୍ରମ ମାଧ୍ୟମରେ ଆଲୋଚନା କୁ ଆଣିବା ନିମନ୍ତେ ଉତ୍ସାହିତ କରାଯାଇଥିଲା ।

Leave A Reply

Your email address will not be published.