ପ୍ରମୁଖ ଖବର

ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି
ସୁଦାନରେ ଓଡ଼ିଆ ଯୁବକଙ୍କୁ ଉଦ୍ଧାର ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ଅନୁରୋଧ କଲେ ନବୀନ
ଏସ୍‌ଆଇ ଜାଲିଆତି ମାମଲା: ୫ ଦିନିଆ ରିମାଣ୍ଡରେ ଯିବେ ଶଙ୍କର ଓ ସୁରେଶ
ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ୍, ୧୦ ମୃତ, ଅନେକ ଆହତ
୬୦ ହଜାର ଲାଞ୍ଚ ନେଇ ବନ୍ଧା ହେଲେ ଆରଆଇ
ଉତ୍କଳ ବିଲ୍‌ଡର୍ସରେ ଆୟକର ଚଢ଼ାଉ
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଗଡ଼ିବ ୩ ସ୍ପେଶାଲ ଟ୍ରେନ୍‌
ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’

ତପ୍ତପାଣି ଘାଟିରେ ଓଲଟିଛି ବସ୍ ୪୦ ଯାତ୍ରୀ ଆହତ, ୬ ଗୁରୁତର

0

ଗଞ୍ଜାମ: ଗଞ୍ଜାମ ଓ ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ପିକନିକ ବସ୍ ଓଲଟି ୪୦ ଯାତ୍ରୀ ଆହତ ଓ ୬ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି । ଆହତଙ୍କ ଭିତରେ ବହୁ ମହିଳା ଓ ଛୋଟ ଛୁଆ ରହିଛନ୍ତି। ଏବେ ଆହୁରି ଅନେକ ଯାତ୍ରୀ ବସ୍‌ ଭିତରେ ଫସି ରହିଥିବା ଅନୁମାନ କରାଯାଉଛି।

ସୂଚନା ଅନୁସାରେ, ବର୍ଷର ଶେଷ ଦିନରେ ଯାଜପୁର ଦଶରଥପୁର ପଟନ୍ନା ଗାଁରୁ ୬୦ରୁ ଅଧିକ ଯାତ୍ରୀ ଗଜପତି ଜିଲ୍ଲା ଜିରାଙ୍ଗ ଓ ଖସଡ଼ା ଜଳପ୍ରପାତ ବୁଲିବାକୁ ଯାଇଥିଲେ । ସେଠାରେ ପିକନିକ୍ ମନାଇବା ପରେ ଯାଜପୁର ଅଭିମୁଖେ ବାହାରିଥିଲା ବସ । କିନ୍ତୁ ତପ୍ତପାଣି ଘାଟି ବେଲଗଡ଼ ଗ୍ରାମ ନିକଟରେ ବସଟି ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିଥିଲା ।

ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିଙ୍କୁ ଦିଗପହଣ୍ଡି ମେଡିକାଲରେ ଭର୍ତି କରାଯାଇଥିଲା । ଆଉ ୬ ଗୁରୁତରଙ୍କୁ ବ୍ରହ୍ମପୁରକୁ ସ୍ଥାନାନ୍ତର କରାଯାଇଛି । ଖବର ପାଇ ଫାଣ୍ଡି ଅଧିକାରୀ, ମୋହନା ଅଗ୍ନିଶମ ବାହିନୀ, ସାନଖେମୁଣ୍ଡି ଅଗ୍ନିଶମ ବାହିନୀ, ମୋହନା ଥାନା ଅଧିକାରୀ, ପାଟପୁର ଥାନା ଅଧିକାରୀ ଏବଂ ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତଙ୍କୁ ଉଦ୍ଧାର କରାଯାଇଥିଲା ।

Leave A Reply

Your email address will not be published.