ପ୍ରମୁଖ ଖବର

ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ୭୯ ବର୍ଷରେ ପରଲୋକ
ଅମିତାଭଙ୍କ ‘ଜଲ୍‌ସା’କୁ ବୋମାରେ ଉଡ଼ାଇବା ଧମକ, ଟାର୍ଗେଟ୍‌ରେ ଦିଲଜିତ ଦୋସାଞ୍ଜ
ଅରୁଣାଚଳରେ ଭାରତ-ଚୀନ୍‌ ସୈନିକ ମୁହାଁମୁହିଁ
୨୯ରୁ ଓସିଏସ୍‌ ମୁଖ୍ୟ ପରୀକ୍ଷା, ଆଜିଠୁ ମିଳିବ ଆଡମିଟ୍‌ କାର୍ଡ
ଏସିଆନ ପାରା ଗେମ୍ସ: ପ୍ରମୋଦଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ ନିତେଶ

ଦାମଙ୍କ ଉପରୁ ହଟିଲା ବହିଷ୍କାର ଆଦେଶ

0

ଭୁବନେଶ୍ବର: ବରିଷ୍ଠ ରାଜନେତା ଦାମୋଦର ରାଉତଙ୍କ ଉପରୁ ହଟିଲା ନିଲମ୍ବନ । ନିଲମ୍ବନ ଉଠାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାକୁ ନେଇ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ଯେଉଁଥିରେ ବିଜେଡି ସୁପ୍ରିମୋଙ୍କ ଦସ୍ତଖତ ଥିବା ଦେଖିବାକୁ ମିଳିଛି ।

ତେବେ ସୂଚନା ମୁତାବକ ୨୦୧୮ରେ ବିଜେଡିରୁ ବହିଷ୍କୃତ ହୋଇଥିଲେ ଦାମୋଦର ରାଉତ। ବ୍ରାହ୍ମଣ ବିବାଦକୁ ନେଇ ପ୍ରଥମେ ମନ୍ତ୍ରୀପଦ ହରାଇଥିଲେ ଦାମ । ପରେ ୨୦୧୯ରେ ବିଜେପିରେ ସାମିଲ ହୋଇ ନିର୍ବାଚନ ଲଢିଥିଲେ ମଧ୍ୟ ପରାଜିତ ହୋଇଥିଲେ । ବିଜେପିରୁ ପରାଜିତ ହେବା ପରେ ଦାମ ବିଜେପି ଛାଡି ପୁଣିଥରେ ବିଜେଡିରେ ଯୋଗ ଦେବାକୁ ଇଚ୍ଛା ପ୍ରକାଶ କରିଥିଲେ । ଏପରିକି ବିଜେପିରେ ଯୋଗ ଦେଇ ଭୁଲ କରିଥିଲି ବୋଲି ଖୋଲାଖୋଲି କହିଥିଲେ । ବିଜେଡିରେ ଯୋଗ ଦେବାକୁ ଦାମ ଚାହିଁଥିଲେ ମଧ୍ୟ ସବୁଜ ସଂକେତ ଦେଇନଥିଲେ ନବୀନ । ତେବେ ନିର୍ବାଚନ ପୂର୍ବରୁ ଦାମଙ୍କୁ ପୁଣିଥରେ ଦଳରେ ସାମିଲ କରିଛନ୍ତି ବିଜେଡି ସୁପ୍ରିମୋ ।

Leave A Reply

Your email address will not be published.