ପ୍ରମୁଖ ଖବର

ଆଇଇଡି ବୋମା ବିସ୍ଫୋରଣରେ ଯବାନ ଶହୀଦ, ଦୁଇ ଗୁରୁତର
ଓଲଟିଲା ଯାତ୍ରୀବାହୀ ବସ୍‌ : କଣ୍ଡକ୍ଟର ମୃତ, ୧୫ ଆହତ
ବିଜେପିରେ ମିଶିଲେ ଜୟ ଢୋଲକିଆ
ଓଡ଼ିଶାରେ ବଡ ମାଛ ମାର୍କେଟ ସହ ଧନ-ଧାନ୍ୟ କୃଷି ଯୋଜନା ଶୁଭାରମ୍ଭ କଲେ ମୋଦି

ଓଡ଼ିଶା ଟ୍ରାନ୍ସପୋର୍ଟ କର୍ମଚାରୀ ମହାସଂଘର ଆନ୍ଦୋଳନ ପ୍ରତ୍ୟାହୃତ

0

ଭୁବନେଶ୍ବର: ଆଜି ଆରମ୍ଭ ହୋଇଥିବା ଓଡ଼ିଶା ଟ୍ରାନ୍ସପୋର୍ଟ କର୍ମଚାରୀ ମହାସଂଘର ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି । ଆନ୍ଦୋଳନ ପ୍ରତ୍ୟାହାର ନେଇ ଓଡ଼ିଶା ପରିବହନ ଶ୍ରମିକ ମହାସଂଘ ସଭାପତି ଜନାର୍ଦ୍ଦନ ପତି ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ: ହିଟ୍ ଆଣ୍ଡ ରନ୍ ମାମଲାରେ କେନ୍ଦ୍ର ସରକାରଙ୍କ ଆଇନକୁ ବିରୋଧ କରି ଆଜିଠାରୁ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧର୍ମଘଟ କରିବାକୁ ଓଡ଼ିଶା ପରିବହନ କର୍ମଚାରୀ ସଂଘ ଡାକରା ଦେଇଥିଲା। ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କୁ ଏଥିରେ ହସ୍ତକ୍ଷେପ କରିବାକୁ ଅନୁରୋଧ କରାଯାଇଥିଲା । ଏହାପରେ ଲୋକସେବା ଭବନରେ ମୁଖ୍ୟ  ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିଲା । ଏଥିରେ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ସଚିବ ଉଷା ପାଢ଼ୀ, ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ, ଭୁବନେଶ୍ବର ଡିସିପି ପ୍ରତୀକ ସିଂ, ଟ୍ରାନ୍ସପୋର୍ଟ କର୍ମଚାରୀ ମହାସଂଘ ସଭାପତି ଜନାର୍ଦ୍ଦନ ପତି ପ୍ରମୁଖ ଉପସ୍ଥିତ ଥିଲେ। ।

Leave A Reply

Your email address will not be published.