ପ୍ରମୁଖ ଖବର

ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ଅଭିମୁଖେ ତିନି ରଥ, କାଲି ବିଶ୍ୱପ୍ରସିଦ୍ଧ ରଥଯାତ୍ରା
ୱାଙ୍ଗଚୁକଙ୍କ ଅନଶନକୁ ନେଇ ହାଇକୋର୍ଟରେ ପିଆଇଏଲ୍, ଜରୁରୀ ଚିକିତ୍ସା ସେବା ଦାବି
ନୋଏଡାରେ ଇ-ସ୍କୁଟରରେ ନିଆଁ, ଅଗ୍ନିକାଣ୍ଡରେ ୨ ମୃତ; ୧୦୦ରୁ ଅଧିକ ଲୋକ ଉଦ୍ଧାର
ଓଡ଼ିଶାକୁ ରେଳର ଡବଲ୍ ଉପହାର, ଦୁଇ ପ୍ରମୁଖ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରୀ
ସରକାରୀ ଡାକ୍ତରଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ପ୍ରଥମେ ଜେନେରିକ୍ ଔଷଧ ଲେଖିବାକୁ ତାଗିଦ
ବର୍ଷା ଭିତରେ ରଥଯାତ୍ରା ପ୍ରସ୍ତୁତି: ସମୁଦ୍ର ଅଶାନ୍ତ, ପୁରୀରେ ସତର୍କତା
ଶୁଦ୍ଧ ପେଟ୍ରୋଲ ଚାହୁଁଥିଲେ ଅଧିକ ଦାମ ଦିଅନ୍ତୁ: ଗଡ଼କରୀ
ଶ୍ରୀମନ୍ଦିରରେ ଡିଜିଟାଲ ହୁଣ୍ଡି ‘ସମର୍ପଣ’ ଲୋକାର୍ପିତ, ଘରେ ବସି ଦାନ କରିପାରିବେ ଭକ୍ତ

ଲଗାଣ ବର୍ଷାରେ ବେହାଲ ତାମିଲନାଡୁ

0

ଚେନ୍ନାଇ : ଲଗାଣ ବର୍ଷାରେ ବେହାଲ ହେଇଯାଇଛି ତାମିଲନାଡୁ। ଗତକାଲି ଭୀଷଣ ବର୍ଷାରେ ଜଳମଗ୍ନ ହୋଇ ପଡିଛି ତାମିଲନାଡୁର ଏକାଧିକ ଜିଲ୍ଲା। ମୁଖ୍ୟତଃ ରାଜଧାନୀ ଚେନ୍ନାଇରେ ପ୍ରବଳ ବର୍ଷା ରେକର୍ଡ ହୋଇଛି। ପ୍ରବଳ ବର୍ଷାରୁ ରାସ୍ତାଘାଟ ଗହଳି ରହିବା ସାଙ୍ଗକୁ ଲୋକମାନେ ନାନା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।

ରାଜ୍ୟର ଅନେକ ଜିଲ୍ଲାରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ସ୍କୁଲ ଓ କଲେଜ ଛୁଟି ଘୋଷଣା କରାଯାଇଛି । ନାଗାପାଟ୍ଟିନମ୍, କିଲଭେଲୁର ତାଲୁକ, ଭିଲୁପୁରମ ଏବଂ କୁଡାଲୋର ଜିଲ୍ଲାରେ ପ୍ରବଳ ବର୍ଷା ରେକର୍ଡ ହୋଇଛି। କେନ୍ଦ୍ରଶାସିତ ଅଞ୍ଚଳ ପୁଡୁଚେରୀରେ ମଧ୍ୟ ପ୍ରବଳ ବର୍ଷା ରେକର୍ଡ ହୋଇଛି। ଏହି ସବୁ ଅଞ୍ଚଳରେ ସମସ୍ତ ସ୍କୁଲ ଓ କଲେଜ ଛୁଟି ଘୋଷଣା କରାଯାଇଛି । କାଲାକୁରୁଚି, ରାନିପେଟ, ଭେଲୋର ଏବଂ ତିରୁନାମଲାଇରେ ମଧ୍ୟ ପ୍ରବଳ ଭର୍ଷା ରେକର୍ଡ ହୋଇଛି । ଆସନ୍ତା ସାତ ଦିନ ପର୍ଯ୍ୟନ୍ତ  ତାମିଲନାଡୁର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଇଏମଡି।

Leave A Reply

Your email address will not be published.