ପ୍ରମୁଖ ଖବର

ବିଜେପି ଛାଡି ବିଜେଡିରେ ସାମିଲ ହେଲେ ରମାରଞ୍ଜନ ବଳିୟାର ସିଂ
ବିଜେଡି କର୍ମୀଙ୍କ ଆକ୍ରମଣ ବିଜେପି କର୍ମୀଙ୍କ ମୃତ୍ୟୁ, ୩ ଜଣ ଗୁରୁତର ଆହତ
ସ୍ଥିତି ଅଣାୟତ୍ତ ହେଉଥିବା ଦେଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ୧୪୪ ଧାରି ଜାରି, ଗଞ୍ଜାମ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି

ଉଦଘାଟନ ହେଲା ମାଲକାନଗିରି ବିମାନବନ୍ଦର

0

ମାଲକାନଗିରି: ଉଦଘାଟନ ହେଲା ବହୁପ୍ରତୀକ୍ଷିତ ମାଲକାନଗିରି ବିମାନବନ୍ଦର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିମାନବନ୍ଦରରେ ଅବତରଣ କରି ଏହାର ଲୋକାର୍ପଣ କରିଛନ୍ତି ।୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଉପସ୍ଥିତ ରହିଥିଲେ । ଏହାଛଡ଼ା ପରିବହନ ମନ୍ତ୍ରୀ ଟୁକୁନି ସାହୁ ମଧ୍ୟ କାର୍ଯ୍ୟକ୍ରମରେ ଉପସ୍ଥିତ ଅଛନ୍ତି। ମାଲକାନଗିରି ଠାରେ ନିର୍ମାଣ ହୋଇଥିବା ନୂତନ ବିମାନବନ୍ଦର ଶୁଭାରମ୍ଭ ହେବାପରେ ଜିଲ୍ଲାବାସୀଙ୍କ ସ୍ବପ୍ନ ପୂରଣ ହୋଇଛି। ଲୋକାର୍ପଣ ପରେ ମୁଖ୍ୟମନ୍ତ୍ରୀ ଟର୍ମିନାଲ-୨ ପରିଦର୍ଶନ କରିଛନ୍ତି।

ପ୍ରାୟ ୨୩୩ ଏକର ଅଞ୍ଚଳରେ ନିର୍ମିତ ବିମାନ ବନ୍ଦରରେ ୧୬୨୦ ମିଟର ଇନଟୁ ୩୦ ମିଟର ରନଓ୍ବେ ନିର୍ମାଣ ହୋଇଛି । ୭୦ କୋଟି ଟଙ୍କା ବ୍ୟୟରେ ଏହି ବିମାନ ବନ୍ଦରର ଉନ୍ନତିକରଣ ହୋଇଛି । ଏଠାରେ ମଧ୍ୟମ ବର୍ଗର ଉଡାଜାହାଜ ଅବତରଣ କରିପାରିବା ସୁବିଧା ରହିଛି । ବିମାନ ବନ୍ଦରର ସମସ୍ତ ନିର୍ମାଣ ଖର୍ଚ୍ଚ ରାଜ୍ୟ ସରକାର ବହନ କରିଛନ୍ତି  । ଭୁବନେଶ୍ୱର, ଝାରସୁଗୁଡ଼ା, ଜୟପୁର, ଉତ୍କେଲା, ରାଉରକେଲା ଓ ରଙ୍ଗେଇଲୁଣ୍ଡା ପରେ ଆକାଶ ପଥରେ ଯୋଡି ହୋଇଛି ମାଲକାନଗିରି । ବିମାନ ସେବା ଆରମ୍ଭ ହେଲେ ଜିଲ୍ଲାରେ ସାମାଜିକ ଓ ଆର୍ଥିକ ବିକାଶ ତ୍ୱରାନ୍ୱିତ ହେବ । ପୁଞ୍ଜିନିବେଶ ସୁଯୋଗ ସୃଷ୍ଟି ହେବା ସହ ଲୋକଙ୍କୁ କର୍ମନିଯୁକ୍ତି ମିଳିବ ।

Leave A Reply

Your email address will not be published.