ପ୍ରମୁଖ ଖବର

୨୦୩୬ ସୁଦ୍ଧା ୫୦୦ ବିଲିୟନ ଡଲାର ଛୁଇଁବ ଓଡ଼ିଶାର ଅର୍ଥନୀତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵରରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା
ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଏଆରଆଇ
ଶ୍ରୀରାମ ମନ୍ଦିରରେ ଉଡ଼ିଲା ଧର୍ମଧ୍ୱଜା

ଆସନ୍ତା ୧୭ ତାରିଖ ସରକାରୀ ଛୁଟି

0

ଭୁବନେଶ୍ବର: ଆସନ୍ତା ୧୭ ତାରିଖ ସରକାରୀ ଛୁଟି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଦିନକୁ ସରକାରୀ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଲୋକାର୍ପଣ ଉତ୍ସବ ଭକ୍ତି ଓ ଉତ୍ସାହର ସହିତ ଅନୁଷ୍ଠିତ ହେବାକୁ ଯାଉଛି । ଏହି ପ୍ରକଳ୍ପ  ହେବ ଓଡିଆ ଅସ୍ମିତାର ଅନନ୍ୟ ନିଦର୍ଶନ। ଶ୍ରୀଜଗନ୍ନାଥଙ୍କ ଭକ୍ତମାନେ ଯେପରି ଆନନ୍ଦର ସହ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରି ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ତି ନିବେଦନ କରିପାରିବେ ତାହାକୁ ଦୃଷ୍ଟିରେ ରଖି  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ଜାନୁଆରି ୧୭ ତାରିଖ ଦିନଟିକୁ ସରକାରୀ ଛୁଟି ଭାବରେ ଘୋଷଣା କରିଛନ୍ତି। ଆସନ୍ତା ଜାନୁଆରି ୧୭ ତାରିଖ ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ତଥା ସ୍କୁଲ ଓ କଲେଜ ବନ୍ଦ ରହିବ।

Leave A Reply

Your email address will not be published.