ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ

ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ ସେବାର ଶୁଭାରମ୍ଭ କରିଛନ୍ତି। ଏହି ବସଗୁଡିକ ଜିଲ୍ଲା ସଦରମହକୁମାରୁ ଭୁବନେଶ୍ୱର ଦେଇ ଶ୍ରୀକ୍ଷେତ୍ର ପୁରୀକୁ ଚାଲିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମା’ମାନଙ୍କ ପାଇଁ ଶ୍ରୀଜଗନ୍ନାଥ ଏକ୍ସପ୍ରେସ ବସ୍‌ରେ ଟିକେଟର ମୂଲ୍ୟ ମାତ୍ର ୫୦ ପ୍ରତିଶତ ରହିବ। ସେ କହିଥିଲେ ଯେ ଲକ୍ଷ୍ମୀ ବସ୍‌ ଯୋଜନାରେ ମା’ମାନଙ୍କ ପାଇଁ ଟିକେଟ ଦାମ୍‌ ମାତ୍ର ୫ ଟଙ୍କା ରହିଛି। ଏହା ମା’ମାନଙ୍କ ପାଇଁ ବହୁ ସୁବିଧା ଆଣିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଲକ୍ଷ୍ମୀ ବସ୍‌ସେବା ଯୋଜନା ଅଧିନରେ ଏହି ବସ୍‌ ସେବା ଆରମ୍ଭ ହୋଇଛି। ରାଜ୍ୟର ୩୦ଟି ଜିଲ୍ଲାରୁ ୮୦ଟି ସୁପର ପ୍ରିମିୟମ ଶ୍ରୀଜଗନ୍ନାଥ ଏକ୍ସପ୍ରେସ୍‌ ବସ୍‌ ଏହି ଯୋଜନାରେ ଚଳାଚଳ କରିବ। ପ୍ରାଥମିକ ପର୍ଯ୍ୟାୟରେ ୧୨ଟି ଜିଲ୍ଳା ସଦର ମହକୁମାରୁ ପୁରୀକୁ ଏହି ସେବା ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ବଲାଙ୍ଗୀର, ବରଗଡ, ଗଂଜାମ, ଝାରସୁଗୁଡା, କୋରାପୁଟ, କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର, ନୂଆପଡା, ରାୟଗଡା, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ପୁରୀକୁ ଜଗନ୍ନାଥ ଏକ୍ସପ୍ରେସ ଗଡିଛି।

ପରବର୍ତ୍ତୀ ପର୍ଯ୍ୟାୟରେ ପ୍ରତି ପଂଚାୟତରୁ ପୁରୀକୁ ଏହି ବସ୍ ଚାଲିିବ। ଆସନ୍ତା ୨୧ ତାରିଖରୁ ପ୍ରତି ପଂଚାୟତରୁ ବାହାରିବ ବସ୍। ଆଉ ସେହି ବସରେ ପ୍ରତ୍ୟେକ ଦିନ ପ୍ରାୟ ୧୦ ହଜାରରୁ ଅଧିକ ଶ୍ରଦ୍ଧାଳୁଙ୍କୁ ପୁରୀକୁ ନେଇ ପରିକ୍ରମା ପ୍ରକଳ୍ପ ଦର୍ଶନ କରାଇବାର ବ୍ୟବସ୍ଥା କରିଛନ୍ତି ସରକାର।

Leave A Reply

Your email address will not be published.