ପ୍ରମୁଖ ଖବର

ଡିଜିପି ଚୟନ ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ଜେଲ୍ ଡିଜିପି
ନେପାଳରେ ବନ୍ୟା ମୃତକଙ୍କ ପାଇଁ ଜାତୀୟ ଶୋକ, ୧୩୫୩ ମୃତଦେହ ଉଦ୍ଧାର
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
ଗୁଜରାଟ-ମହାରାଷ୍ଟ୍ର ଗସ୍ତରେ ମୋଦୀ, ଉଦ୍‌ଘାଟନ କରିବେ ବଡ଼ ପ୍ରକଳ୍ପ
୬ଟି ଆସନରେ ଉପନିର୍ବାଚନ: ଅକ୍ଟୋବର ୬ରେ ଭୋଟ, ୯ରେ ଗଣତି
ଏଲପିଜି ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି, ଏଣିକି ୨୫ ଦିନରେ ବୁକ୍ ହେବ ସିଲିଣ୍ଡର
ତୀର୍ଥଯାତ୍ରୀଙ୍କ ଟ୍ରକ୍ ଓଲଟି ୧୨ ମୃତ, ୨୨ ଆହତ
ଦଶମ-ଦ୍ୱାଦଶ ପାଇଁ ଗୋଟିଏ ବୋର୍ଡ, ବଦଳିବ BSE-CHSE ବ୍ୟବସ୍ଥା

କୁହୁଡି ଲାଗି ଆଗାମି ୩ ଦିନ ପାଇଁ ସତର୍କତା ଜାରି

0

ଭୁବନେଶ୍ବର: କୁହୁଡି ଲାଗି ଆଗାମି ୩ ଦିନ ପାଇଁ ସତର୍କତା ଜାରି କରାଯାଇଛି। ସତର୍କ କରାଇଲେ ରାଜ୍ୟ ସରକାର। ଆଗାମୀ ୩ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘନ କୁହୁଡି ଦୃଶ୍ୟମାନ ହେବ। ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେଥିପାଇଁ ଜିଲ୍ଲାପାଳ ମାନଙ୍କୁ ସତର୍କତା ଜାରି କରିଛନ୍ତି ଏସଆରସି।

୨୦ ତାରିଖ ସକାଳ ୮ଟା ୩୦ ଯାଏଁ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, କଳାହାଣ୍ଡି, ବଲାଙ୍ଗିର, ସୋନପୁର, ବୌଦ୍ଧ, କଟକ, ଢେଙ୍କାନାଳ, ଅନୁଗୁଳ ପାଇଁ ଆଲର୍ଟ ଜାରି ହୋଇଛି। ସେହିପରି ୨୦ ତାରିଖ ସକାଳ ୮ଟା ୩୦ରୁ ୨୧ ତାରିଖ ୮ଟା ୩୦ ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ସୋନପୁର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳକୁ ଆଲର୍ଟ ଜାରି ହୋଇଛି।

୨୧ ତାରିଖ ସକାଳ ୮ଟା ୩୦ରୁ ୨୨ ତାରିଖ ସକାଳ ୮ଟା ୩୦ ପାଇଁ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ପୁରୀ, ଗଞ୍ଜାମ, ଯାଜପୁର, କଳାହାଣ୍ଡି, ସୋନପୁର, ବୌଦ୍ଧ, ଢେଙ୍କାନାଳ, ଅନୁଗୁଳକୁ ଆଲର୍ଟ ଜାରି କରାଯାଇଛି। ଘନକୁହୁଡ଼ି ସମୟରେ ସଡ଼କ ଦୁର୍ଘଟଣା ହେବାର ଆଶଙ୍କା ରହୁଛି। ଦୁର୍ଘଟଣା ଏଡ଼ାଇବା ପାଇଁ ଏସଆରସି, ପରିବହନ ଓ ପୁଲିସ ବିଭାଗ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି।

Leave A Reply

Your email address will not be published.