ପ୍ରମୁଖ ଖବର

ଭୁବନେଶ୍ୱରର ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରାବାସରେ ବିଟେକ୍ ଛାତ୍ରଙ୍କ ଆତ୍ମହତ୍ୟା
ଅଣ୍ଡରୱେଟ୍ ଶିଶୁଙ୍କ ପୁଷ୍ଟିକର ଖାଦ୍ୟ ପାଇଁ ବଢ଼ିଲା ଖର୍ଚ୍ଚ, ପ୍ରତିଦିନ ମିଳିବ ୧୮ ଟଙ୍କାର ପୋଷଣ
ପିପିଲିରେ ବନ୍ଦ ଘରୁ ଝୁଲନ୍ତା ଅବସ୍ଥାରେ ଦମ୍ପତିଙ୍କ ମୃତଦେହ ଜବତ
ଏସଟି, ଏସସି ଓ ଏସିବିସି ପାଇଁ ସଂରକ୍ଷଣ ବୃଦ୍ଧି, ୨୦୨୬-୨୭ରୁ ଲାଗୁ ହେବ ନୂଆ ନୀତି
ପୁଣି ବଢ଼ିଲା ବସ୍ ଭଡ଼ା, ଯାତ୍ରୀଙ୍କ ପକେଟକୁ ଝଟକା
ମଦର ଡେରୀର ନୂଆ ପଦକ୍ଷେପ: ମାଟିରେ ମିଶିଯିବ କ୍ଷୀର ପାଉଚ୍
ବିଜେପି ଛାଡ଼ିଲେ କେ. ଆନ୍ନାମଲାଇ, ଶୀଘ୍ର ଗଠନ କରିପାରନ୍ତି ନୂଆ ଆଞ୍ଚଳିକ ଦଳ

ପାକିସ୍ତାନ ଅଭିନେତ୍ରୀ ସାନା ଜାଭେଦଙ୍କୁ ବିବାହ କରିଛନ୍ତି ଶୋଏବ

0

ନ୍ୟୁଜ୍ ବ୍ୟୁରୋ: ବହୁଦିନ ଧରି ଚର୍ଚ୍ଚା ଚାଲିଥିବା ଟେନିସ୍ ତାରକା ସାନିଆ ମିର୍ଜା ଏବଂ ପାକିସ୍ତାନ ପୂର୍ବତନ କ୍ରିକେଟର ଶୋଏବ ମଲିକ ଅଲଗା ହୋଇଯାଇଥିବା କଥା ସତ ହୋଇଛି। ପାକିସ୍ତାନ ଅଭିନେତ୍ରୀ ସାନା ଜାଭେଦଙ୍କୁ ବିବାହ କରିଛନ୍ତି ଶୋଏବ ମଲିକ।

ଏହି ବିବାହ ପରେ ଭାରତୀୟ ଟେନିସ ଖେଳାଳି ସାନିଆ ମିର୍ଜାଙ୍କ ସହ ସୋଏବ ମଲ୍ଲିକଙ୍କ ବିଚ୍ଛେଦ ହୋଇଥିବା ଚର୍ଚ୍ଚା ହେଉଛି। ତେବେ ଏ ନେଇ କୌଣସି ବିଧିବଦ୍ଧ ତଥ୍ୟ ଆସିନାହିଁ। ତେବେ ଏହି ଫଟୋ ଆସିବା ପରେ ସାନିଆ-ସୋଏବଙ୍କ ବିଚ୍ଛେଦ ନେଇ ଚାଲିଥିବା ଚର୍ଚ୍ଚା ଆହୁରି ଜୋର ଧରିଛି।

ଗତ ବର୍ଷ ପାକିସ୍ତାନ ଅଭିନେତ୍ରୀ ସାନା ଜାଭେଦଙ୍କୁ ତାଙ୍କ ଜନ୍ମ ଦିନରେ ଶୁଭେଚ୍ଛା ଜଣାଇଥିଲେ ପାକିସ୍ତାନୀ କ୍ରିକେଟର ସୋଏବ ମଲ୍ଲିକ। ଉଭୟ ପୂର୍ବରୁ ଡେଟିଂ କରୁଥିବା ନେଇ ଚର୍ଚ୍ଚା ଲାଗି ରହିଥିଲା। ୨୦୧୦ରେ ଟେନିସ ଷ୍ଟାର ସାନିଆ ମିର୍ଜାଙ୍କୁ ବିବାହ କରିଥିଲେ ପାକିସ୍ତାନୀ କ୍ରିକେଟର ସୋଏବ ମଲ୍ଲିକ। ଇସଲାମ ରୀତିନୀତି ଅନୁସାରେ ହାଇଦ୍ରାବାଦରେ ଉଭୟଙ୍କ ବିବାହ ସମ୍ପନ୍ନ ହୋଇଥିଲା। ଏହାପରେ ପାକିସ୍ତାନର ସିଆଲକୋଟରେ ଉଭୟ ବିବାହ ଉତ୍ସବ ପାଳନ କରିଥିଲେ।

Leave A Reply

Your email address will not be published.