ପ୍ରମୁଖ ଖବର

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ପାଇଁ ମିଶିଲେ ୩୫ ରାଷ୍ଟ୍ର
ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ଡିଜିପି ପଦକ
ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କାର୍ଯ୍ୟକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପଦକ ପ୍ରଦାନ କରିଥିଲେ
ଆରମ୍ଭ ହେଲା ଡିଜିଟାଲ ଜନଗଣନା ୨୦୨୭
ଭୁବନେଶ୍ୱରରେ ଆରମ୍ଭ ହେଲା ଭିସା ସେବା କେନ୍ଦ୍ର
ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
ଆଜି ଉତ୍କଳ ଦିବସ: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଦୁର୍ଘଟଣାରେ ଗୁରୁତର ଆହତ ଫିଲ୍ମ ନିର୍ଦ୍ଦେଶକ ସୁଧାକର ବସନ୍ତ

0

ଭୁବନେଶ୍ବର: ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଛନ୍ତି ଫିଲ୍ମ ନିର୍ଦ୍ଦେଶକ ସୁଧାକର ବସନ୍ତ। ତାଙ୍କୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କଟକ ନିକଟ ମଙ୍ଗୁଳି ଛକରେ ଘଟିଛି ଏହି ଦୁର୍ଘଟଣା। ଏକ ଟ୍ରକ୍‌ ପଛରେ ସୁଧାକର ବସନ୍ତଙ୍କ କାର୍‌ ପିଟି ହୋଇଥିଲା। ସେ ଚଣ୍ଡୀଖୋଲ ପଟୁ କଟକ ଆଡ଼କୁ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। 

ଘଟଣାସ୍ଥଳରେ ଚୌଦ୍ୱାର ଅଗ୍ନିଶମ ବାହିନୀ ପହଞ୍ଚି ସୁଧାକର ବସନ୍ତଙ୍କୁ ଉଦ୍ଧାର କରିଥିଲେ। କାର୍‌କୁ କାଟି ସୁଧାକରଙ୍କୁ ଉଦ୍ଧାର କରାଯାଇଥିଲା। ଏହା ପରେ ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ନିଆଯାଇଥିଲା। ଏହି ଦୁର୍ଘଟଣାରେ କାର୍‌ ଡ୍ରାଇଭର ମଧ୍ୟ ଆହତ ହୋଇଛନ୍ତି। ତେବେ କେମିତି ଏହି ଦୁର୍ଘଟଣା ଘଟିଲା, ତାହା ଜଣାପଡ଼ିନାହିଁ। 

Leave A Reply

Your email address will not be published.