ପ୍ରମୁଖ ଖବର

ଜାପାନରୁ ନେତାଜୀଙ୍କ ଅସ୍ଥି ଭାରତ ଆଣିବାକୁ ଝିଅଙ୍କ ଆବେଦନ, କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ୍
ବାଙ୍କୀ-ଡମପଡ଼ା ବ୍ଲକରେ BNSS ୧୬୩ ଲାଗୁ, ମେଳି ଓ ହରତାଳ ଉପରେ କଟକଣା
ଘରୋଇ ହସ୍ପିଟାଲ ଚିକିତ୍ସା ଖର୍ଚ୍ଚ କମିବ, ରୋଗୀଙ୍କ ପାଇଁ ସଂସଦୀୟ କମିଟିର ବଡ଼ ସୁପାରିସ୍
ଦୁଷ୍କର୍ମ ଅଭିଯୋଗରେ IPL କ୍ରିକେଟର ଅଭିଷେକ ପୋରେଲ ଗିରଫ
ଦୁଇ ବର୍ଷ ପରେ ଚଳଚଞ୍ଚଳ ଲୋକାୟୁକ୍ତ, ଅଧ୍ୟକ୍ଷ ଚୟନ ପାଇଁ ବସିଲା ହାଇପାୱାର କମିଟି
ଭାପୁର ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ରରେ ଭୁଲ ଇଞ୍ଜେକ୍ସନ ନେଲା ଛାତ୍ରୀଙ୍କ ଜୀବନ, ମେଡିକାଲରେ ଉତ୍ତେଜନା
ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ, କେନ୍ଦ୍ର ଆଣିଲା ନୂଆ MMDR ବିଲ୍‌
ଇରାନୀ ଧମକ ପରେ ଟ୍ରକ୍‌ରେ ଲୁଚି ତୁର୍କୀରୁ ବାହାରିଥିଲେ ଟ୍ରମ୍ପ!
ଧାନବିଲରେ କାମ ବେଳେ ବଜ୍ରାଘାତ, ୪ ମହିଳା ଶ୍ରମିକଙ୍କ ମୃତ୍ୟୁ
ଟିଏମ୍‌ସିର ୩ ବ୍ୟାଙ୍କ ଖାତା ଫ୍ରିଜ୍‌: ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

0

ପୁରୀ : ଆଜି ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାପ୍ରଭୁଙ୍କ ନିକଟରେ ଓଡ଼ିଶାବାସୀଙ୍କ ମଙ୍ଗଳ କାମନା କରଛନ୍ତି ମୁଖ୍ୟମନ୍ତ୍ରୀ। ଏଥିସହ ପରିକ୍ରମା ପ୍ରକଳ୍ପର ପୁନଃ ପ୍ରଦକ୍ଷୀଣ କରିଛନ୍ତି । ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ଯ ମୁଖ୍ୟମନ୍ତ୍ରୀଙ୍କ ସହିତ ପୁରୀ ଗସ୍ତ କରିଥିଲେ। ଭକ୍ତମାନଙ୍କୁ ମିଳୁଥିବା ନୂତନ ସୁବିଧା ସୁଯୋଗ ସମ୍ପର୍କର ଅନୁଭୂତି ନେବାପାଇଁ ମୁଖ୍ୟମନ୍ତ୍ରୀ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ । ପ୍ରକଳ୍ପର ଭବ୍ୟତା ଓ ଆଧ୍ୟାତ୍ମିକତା ପୂର୍ଣ୍ଣ ପରିବେଶକୁ ଦେଖି ମୁଖ୍ୟମନ୍ତ୍ରୀ ଆନନ୍ଦ ଓ ସନ୍ତୋଷ ପ୍ରକାଶ କରିଥଲେ ।

ସୂଚନାଯୋଗ୍ୟ, ଗତ ୧୭ ତାରିଖ ଦିନ ମୁଖ୍ୟମନ୍ତ୍ରୀ ଏହାର ଲୋକାର୍ପଣ କରିଥିଲେ। ଶ୍ରୀମନ୍ଦିରର ସୁରକ୍ଷା, ମହାପ୍ରଭୁଙ୍କ ଯାନିଯାତ୍ରା ଓ ଭକ୍ତ ମାନଙ୍କ ସୁବିଧା ଦୃଷ୍ଟିରୁ ଏହା ଅତି ଜରୁରୀ ଥିଲା। ମନ୍ଦିର ଚତୁଃପାର୍ଶ୍ଵରେ ୭୫ ମିଟର ପ୍ରଶସ୍ତ ଏହି ପରିକ୍ରମା ପ୍ରକଳ୍ପ ଅତ୍ୟନ୍ତ ଭବ୍ୟ, ସୌନ୍ଦର୍ଯ୍ୟମୟ ହେବା ସହିତ ପିଢ଼ି ପରେ ପିଢ଼ି ଭକ୍ତ ମାନଙ୍କୁ ଏକ ଆଧ୍ୟାତ୍ମିକ ପରିବେଶ ପ୍ରଦାନ କରୁଛି ।

Leave A Reply

Your email address will not be published.