ପ୍ରମୁଖ ଖବର

ବିଜେପି ଛାଡି ବିଜେଡିରେ ସାମିଲ ହେଲେ ରମାରଞ୍ଜନ ବଳିୟାର ସିଂ
୨୦ତାରିଖ ଭୋଟ୍ ପାଇଁ ଗଞ୍ଜାମରେ ମୁତୟନ ହେଲେ ୨୦ କମ୍ପାନୀ କେନ୍ଦ୍ରୀୟ ଫୋର୍ସ
ବିଜେଡି କର୍ମୀଙ୍କ ଆକ୍ରମଣ ବିଜେପି କର୍ମୀଙ୍କ ମୃତ୍ୟୁ, ୩ ଜଣ ଗୁରୁତର ଆହତ
ସ୍ଥିତି ଅଣାୟତ୍ତ ହେଉଥିବା ଦେଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ୧୪୪ ଧାରି ଜାରି, ଗଞ୍ଜାମ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି
ପୁରୀରେ ସଫେଇ କର୍ମଚାରୀଙ୍କ ଉପରେ ବୋମା ମାଡ଼, ଘଟଣାରେ ଦୁଇ ଜଣ ସଫେଇ କର୍ମଚାରୀ ଆହତ

ଆଜି କଂଗ୍ରେସରେ ଯୋଗଦେଲେ ବଳଭଦ୍ର ମାଝୀ

0

ଭବାନୀପାଟଣା: ବିଜେଡି ଛାଡ଼ିଥିବା ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀ ଆଜି କଂଗ୍ରେସରେ ଯୋଗ ଦେଇଛନ୍ତି। ଭବାନୀପାଟଣାରେ କଂଗ୍ରେସ ପକ୍ଷରୁ ଆୟୋଜିତ ଏକ ସମାବେଶରେ ସେ ଦଳରେ ସାମିଲ ହୋଇଛନ୍ତି। କଂଗ୍ରେସ ପ୍ରଭାରୀ ଅଜୟ କୁମାର, ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ଦଳରେ ମିଶି ଥିଲେ।

ସୂଚନାଯୋଗ୍ୟ, ଗତ ଜାନୁଆରି ୮ ତାରିଖରେ ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ ବିଜେଡିର ପୂର୍ବତନ ବିଧାୟକ ବଳଭଦ୍ର ମାଝୀ। ସେ ତାଙ୍କର ଇସ୍ତଫା ପତ୍ର ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ପ୍ରଦାନ କରିଥିଲେ। ବଳଭଦ୍ର ମାଝୀ ୫ ଥର ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି। ସେ ଦୁଇ ଥର ମନ୍ତ୍ରୀ ମଧ୍ୟ ହୋଇଥିଲେ। ୧୯୯୦ ଓ ୧୯୯୫ରେ ବଳଭଦ୍ର ମାଝୀ ଜନତା ଦଳ ଟିକେଟରେ ନର୍ଲାରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ବିଜେଡି ଗଠନ ହେବା ପରେ ସେ ସେଥିରେ ମିଶିଥିଲେ। ୨୦୦୦ ଓ ୨୦୦୪ରେ ସେ ବିଜେଡି ଟିକେଟରେ ନର୍ଲା ଆସନରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

୨୦୦୯ରେ ସେ ବିଜେଡି ଟିକେଟରେ ଲାଞ୍ଜିଗଡ଼ ବିଧାନସଭା ଆସନରୁ ପ୍ରାର୍ଥୀ ହୋଇ ପରାସ୍ତ ହୋଇଥିଲେ। ତେବେ ୨୦୧୪ ବିଜେଡି ପୁଣି ତାଙ୍କୁ ଏହି ଆସନରୁ ପ୍ରାର୍ଥୀ କରିଥିଲା ଓ ସେ ବିଜୟୀ ହୋଇଥିଲେ। ତେବେ ୨୦୧୯ ନିର୍ବାଚନରେ ଦଳ ତାଙ୍କୁ ଟିକେଟ ଦେଇ ନଥିଲା। ତାଙ୍କ ବଦଳରେ ଦଳ ଲାଞ୍ଜିଗଡ଼ରେ ପ୍ରଦୀପ କୁମାର ଦିଶାରୀଙ୍କୁ ପ୍ରାର୍ଥୀ କରିଥିଲା। ଟିକେଟ କଟିବା ପରେ କର୍ମୀମାନେ ଅସନ୍ତୋଷ ପ୍ରକାଶ କରିଥିଲେ। ତାପରେ ବି ସେ ବିଜେଡିରେ ସକ୍ରିୟ ଥିଲେ। ହେଲେ ଦଳରେ ଅବହେଳାର ଶିକାର ହୋଇଥିବା କାରଣରୁ ବଳଭଦ୍ର ମାଝୀ ବିଜେଡିରୁ ଇସ୍ତଫା ଦେଇଥିଲେ।

Leave A Reply

Your email address will not be published.