ପ୍ରମୁଖ ଖବର

କମନୱେଲଥ୍ ଗେମ୍ସ: ଅଷ୍ଟମ ଦିନରେ ଭାରତର ୬ ପଦକ, ମୋଟ ସଂଖ୍ୟା ୨୩
ରାଜ୍ୟ କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମଞ୍ଜୁରି
ସୁନ୍ଦରଗଡ଼ରେ ହାତୀ ଆତଙ୍କ: ଦନ୍ତା ଆକ୍ରମଣରେ ୨ ମୃତ
ଭୋଗପୁରମରେ ଆଲୁରି ସୀତାରାମ ରାଜୁ ଅନ୍ତର୍ଜାତୀୟ ବିମାନବନ୍ଦର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ
ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
୧୯ ବର୍ଷ ପରେ କଲକାତା ଫେରିଲେ ତସଲିମା ନସରିନ୍
ରାଷ୍ଟ୍ରପତି ଭବନରେ ଚମକିଲା ଓଡ଼ିଶାର ୩ ଷ୍ଟାର୍ଟଅପ୍
ଶସ୍ତା ହେଲା କମର୍ସିଆଲ ଗ୍ୟାସ ସିଲିଣ୍ଡର, ବଢ଼ିଲା ବିମାନ ଇନ୍ଧନ ଦର

ଲୋକାର୍ପିତ ହେଲା ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂଆ କ୍ୟାମ୍ପସ୍‌

0

ସତ୍ୟବାଦୀ: ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଲୋକାର୍ପିତ ହୋଇଛି ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂଆ କ୍ୟାମ୍ପସ୍‌। ଭର୍ଚ୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ନୂଆ କ୍ୟାମ୍ପସ୍‌କୁ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ବର୍ତ୍ତମାନ ସମୟ ହେଉଛି ଓଡ଼ିଆ ଜାତି ପାଇଁ ଏକ ଗୌରବମୟ ସମୟ।

ଉତ୍କଳମଣୀ ଗୋପବନ୍ଧୁ ଦାସ ଓ ଆଦିକବି ଶାରଳା ଦାସଙ୍କୁ ମନେ ପକାଇଥିଲେ ମୁଖ୍ୟମନ୍ତ୍ରୀ । ଓଡିଆ ଭାଷାର ସୁରକ୍ଷା ପାଇଁ ସଂଗ୍ରାମ କରିଥିବା ତଥା ନିଜ ଲେଖନୀରେ ଏହାକୁ ସମୃଦ୍ଧ କରିଥିବା ଓଡିଶାର ବରପୁତ୍ରମାନଙ୍କୁ ମଧ୍ୟ ସ୍ମରଣ କରିଛନ୍ତି । ଫେବୃଆରୀ ୩ ତାରିଖରେ ଆୟୋଜିତ ହେବାକୁ ଯାଉଛି ଓଡିଆ ଭାଷା ସମ୍ମିଳନୀ,ଯାହା ସାରା ଓଡିଆ ଜାତି ପାଇଁ ଗୌରବର କଥା । ଭାଷା ଗୋଟିଏ ଜାତିର ଅସ୍ମିତାର ପରିଚୟ । ଏହାକୁ ଯେତେ ଅଧିକ ବ୍ୟବହାର କରିବା ଏହା ସେତେ ସମୃଦ୍ଧ ହେବ । ଏହି ଦିଗରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ଏକ ବଡ ପଦକ୍ଷେପ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆମ ଭାଷା ପ୍ରତି ଯୁବପିଢ଼ିଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି କରାଯିବା ଆବଶ୍ୟକ।ସାମାଜିକ ଗଣ ମାଧ୍ୟମରେ ଓଡିଆ ଭାଷାର ବ୍ୟବହାର ବୃଦ୍ଧି କରାଯିବା ଦରକାର।ଏହା ସହିତ ଓଡିଆ ଭାଷା ଉପରେ ଅଧିକ ଗବେଷଣା କରାଯିବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.