ପ୍ରମୁଖ ଖବର

ବର୍ଷକୁ ୨ ଥର ହେବ ସିବିଏସଇ ଦଶମ ପରୀକ୍ଷା
ଡାଇରିଆ କଟକଣା ପରେ ଆଜିଠୁ ଯାଜପୁରରେ ଖୋଲିଲା ସ୍କୁଲ
ରାଜସ୍ୱ ସେବା ପାଇଁ ଇ-ରେଜିଷ୍ଟ୍ରେସନ ଆପ୍‌ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ
ବାହାଘର ଦିନକ ପୂର୍ବରୁ ଦୁର୍ଘଟଣାରେ ଚାଲିଗଲା ବରର ଜୀବନ
ବରିଷ୍ଠ ଅଭିନେତା ତଥା ନିର୍ଦ୍ଦେଶକ ନାରାୟଣ ପତିଙ୍କ ପରଲୋକ
ବାସହୀନଙ୍କୁ ଚିହ୍ନଟ କରିବାକୁ ସରକାରଙ୍କ ପକ୍ଷରୁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
ଲଞ୍ଚ ହେଲା ଆକ୍ସିଅମ-୪: ମହାକାଶ ଅଭିମୁଖେ ଶୁଭାଂଶୁ

ଲୋକାର୍ପିତ ହେଲା ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂଆ କ୍ୟାମ୍ପସ୍‌

0

ସତ୍ୟବାଦୀ: ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଲୋକାର୍ପିତ ହୋଇଛି ଓଡ଼ିଆ ବିଶ୍ୱବିଦ୍ୟାଳୟର ନୂଆ କ୍ୟାମ୍ପସ୍‌। ଭର୍ଚ୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ନୂଆ କ୍ୟାମ୍ପସ୍‌କୁ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ବର୍ତ୍ତମାନ ସମୟ ହେଉଛି ଓଡ଼ିଆ ଜାତି ପାଇଁ ଏକ ଗୌରବମୟ ସମୟ।

ଉତ୍କଳମଣୀ ଗୋପବନ୍ଧୁ ଦାସ ଓ ଆଦିକବି ଶାରଳା ଦାସଙ୍କୁ ମନେ ପକାଇଥିଲେ ମୁଖ୍ୟମନ୍ତ୍ରୀ । ଓଡିଆ ଭାଷାର ସୁରକ୍ଷା ପାଇଁ ସଂଗ୍ରାମ କରିଥିବା ତଥା ନିଜ ଲେଖନୀରେ ଏହାକୁ ସମୃଦ୍ଧ କରିଥିବା ଓଡିଶାର ବରପୁତ୍ରମାନଙ୍କୁ ମଧ୍ୟ ସ୍ମରଣ କରିଛନ୍ତି । ଫେବୃଆରୀ ୩ ତାରିଖରେ ଆୟୋଜିତ ହେବାକୁ ଯାଉଛି ଓଡିଆ ଭାଷା ସମ୍ମିଳନୀ,ଯାହା ସାରା ଓଡିଆ ଜାତି ପାଇଁ ଗୌରବର କଥା । ଭାଷା ଗୋଟିଏ ଜାତିର ଅସ୍ମିତାର ପରିଚୟ । ଏହାକୁ ଯେତେ ଅଧିକ ବ୍ୟବହାର କରିବା ଏହା ସେତେ ସମୃଦ୍ଧ ହେବ । ଏହି ଦିଗରେ ଓଡ଼ିଆ ବିଶ୍ୱବିଦ୍ୟାଳୟ ଏକ ବଡ ପଦକ୍ଷେପ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆମ ଭାଷା ପ୍ରତି ଯୁବପିଢ଼ିଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି କରାଯିବା ଆବଶ୍ୟକ।ସାମାଜିକ ଗଣ ମାଧ୍ୟମରେ ଓଡିଆ ଭାଷାର ବ୍ୟବହାର ବୃଦ୍ଧି କରାଯିବା ଦରକାର।ଏହା ସହିତ ଓଡିଆ ଭାଷା ଉପରେ ଅଧିକ ଗବେଷଣା କରାଯିବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.