ପ୍ରମୁଖ ଖବର

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅଫିସ୍‌ରେ ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ବ୍ୟବହାର ମନା
ଇତିହାସ ରଚିଲା ଇସ୍ରୋ; ସଫଳତାର ସହ ଲଞ୍ଚ ହେଲା ବିଶ୍ବର ମହଙ୍ଗା ସାଟେଲାଇଟ୍‌ ‘ନିସାର’
ରୁଷର କାମଚଟକା ଉପଦ୍ୱୀପରେ ୮.୮ ତୀବ୍ରତାର ଏକ ସୁପରପାୱାର ଭୂମିକମ୍ପ ଅନୁଭୂତ
ଜମ୍ମୁକାଶ୍ମୀରରେ ଏନ୍‌କାଉଣ୍ଟର; ୨ ଆତଙ୍କବାଦୀ ନିପାତ
ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ୬ ଜଣ ଡାଟା ଏଣ୍ଟ୍ରି ଅପେରଟର ଗିରଫ
ଡାକ ବିଭାଗର ବଡ ନିଷ୍ପତ୍ତି, ସେପ୍ଟେମ୍ବର ୧ରୁ ବନ୍ଦ ହେବ ରେଜିଷ୍ଟର୍ଡ ପୋଷ୍ଟ
ଜମ୍ମୁକାଶ୍ମୀର: ନଦୀକୁ ଖସିଲା ସୁରକ୍ଷା କର୍ମୀଙ୍କୁ ନେଇ ଯାଉଥିବା ବସ୍

ଆସନ୍ତା ୩ ଦିନ ପ୍ରବଳ ଶୀତ ସହ ଘନ କୁହୁଡି

0

ଭୁବନେଶ୍ବର: ରାଜ୍ୟରେ କିଛି ଦିନ ଧରି ବର୍ଷା ଲାଗି ରହିବା ସହ ଶୀତ ମଧ୍ୟ ଅନୁଭୁତ ହେଉଥିଲା। ତେବେ ଗତ କାଲିଠାରୁ ପାଗରେ ପରିବର୍ତ୍ତନ ଦେଖାଦେଇଛି। ଆଜିଠାରୁ ପ୍ରବଳ ଶୀତ ହେବ ବୋଲି କହିଛି ପାଣିପାଗ ବିଭାଗ। ଆସନ୍ତା ୨ ଦିନ ପର୍ଯ୍ୟନ୍ତ ଶୀତ ସହ ଘନ କୁହୁଡି ମଧ୍ୟ ଲାଗି ରହିବ। ରାଜ୍ୟକୁ ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ ପବନ ପ୍ରବାହିତ ହେଉଛି। ଏହାର ପ୍ରଭାବରେ ସ୍ବାଭାବିକଠାରୁ ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ଶୀତ ଲହରୀ ନେଇ ସତର୍କତା ଜାରି କରାଯାଇଛି। ଶୀତ ଲହରୀ ସମୟରେ ଶିଶୁ ଏବଂ ବୟସ୍କ ଲୋକଙ୍କୁ ବାହାରକୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି। ଏହାସହ ରାତିରେ ବାଇକରେ ଲଙ୍ଗଡ୍ରାଇଭରେ ଯିବାକୁ ବାରଣ କରାଯାଇଛି। ପ୍ରବଳ ଜାଡ ନେଇ ସୁନ୍ଦରଗଡ, ଦେବଗଡ଼, କେନ୍ଦୁଝର, ଅନୁଗୁଳ ଏବଂ ଝାରସୁଗୁଡାକୁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି।

ସେପଟେ ଆସନ୍ତା ୨ଦିନ ପର୍ଯ୍ୟନ୍ତ ପ୍ରବଳ ଜାଡ ସହ ଅସ୍ତବ୍ୟସ୍ତ କରିବ ଘନ କୁହୁଡି। ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାରେ ଘନ କୁହୁଡି ସମ୍ଭାବନା ଥିବାରୁ  ସତର୍କ କରାଇଛି ପାଣିପାଗ କେନ୍ଦ୍ର। ଆଜି ପାଇଁ ୧୧ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଘନ କୁହୁଡି ସମୟରେ ଦୃଶ୍ୟମାନ ଦୂରତା ୫୦ରୁ ୨୦୦ମିଟର ରହିବ ବୋଲି ଆକଳନ କରାଯାଇଛି। ତେଣୁ ଗାଡି ଚାଳନା ସମୟରେ ସତର୍କତା ଅବଲମ୍ବନ କରିବା ପାଇଁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.