ପ୍ରମୁଖ ଖବର

ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି
ସୁଦାନରେ ଓଡ଼ିଆ ଯୁବକଙ୍କୁ ଉଦ୍ଧାର ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ଅନୁରୋଧ କଲେ ନବୀନ
ଏସ୍‌ଆଇ ଜାଲିଆତି ମାମଲା: ୫ ଦିନିଆ ରିମାଣ୍ଡରେ ଯିବେ ଶଙ୍କର ଓ ସୁରେଶ
ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ୍, ୧୦ ମୃତ, ଅନେକ ଆହତ
୬୦ ହଜାର ଲାଞ୍ଚ ନେଇ ବନ୍ଧା ହେଲେ ଆରଆଇ
ଉତ୍କଳ ବିଲ୍‌ଡର୍ସରେ ଆୟକର ଚଢ଼ାଉ
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଗଡ଼ିବ ୩ ସ୍ପେଶାଲ ଟ୍ରେନ୍‌
ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’

ଛତିଶଗଡ଼ରେ ବଡ଼ ଧରଣର ମାଓ ଆକ୍ରମଣ

0

ଛତିଶଗଡ଼: ଛତିଶଗଡ଼ରେ ସୁକମା-ବିଜାପୁର ଜିଲ୍ଲା ସୀମାରେ ଥିବା ଟେକଲଗୁଡେମ୍ ଗାଁ ନିକଟରେ ମାଓବାଦୀ ଓ ଯବାନମାନଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି । ଏହି ଘଟଣାରେ ୩ ଜଣ ଯବାନ ସହିଦ ହୋଇଥିବା ବେଳେ ୧୪ ଜଣ ଯବାନ ଆହତ ହୋଇଛନ୍ତି । ଆହତ ଯବାନମାନଙ୍କୁ ଚିକିତ୍ସା ପାଇଁ ରାୟପୁରକୁ ଏୟାରଲିଫ୍ଟ କରାଯାଇଛି ।

ସୂଚନାଯୋଗ୍ୟ; ଯବାନମାନେ ନୂଆ କ୍ୟାମ୍ପ ନିର୍ମାଣ କରି ମାଓ ଗତିବିଧି ଅନୁଧ୍ୟାନ କରୁଥିବା ବେଳେ ମାଓବାଦୀମାନେ ଅତର୍କିତ ଆକ୍ରମଣ କରିଥିଲେ । ଉପସ୍ଥିତ ଥିବା କୋବ୍ରା, ଏସଟିଏଫ ଏବଂ ଡିଆରଜି ଫୋର୍ସର ମିଳିତ ଟିମ୍ ଆକ୍ରମଣର ଜବାବ୍ ଦେଇଥିଲେ । ଦୁଇ ପକ୍ଷର ଏହି ଗୁଳିବିନିମୟରେ ୩ଜଣ ଯବାନ ସହିଦ ହୋଇଛନ୍ତି । ତେବେ ସୁରକ୍ଷାବଳର ପ୍ରତି ଆକ୍ରମଣରେ ମାଓବାଦୀମାନେ ଘଟଣାସ୍ଥଳରୁ ପଳାୟନ କରିଥିଲେ । ଜୋନାଗଡ଼-ଆଲିଗୁଡ଼ା ଅଞ୍ଚଳରେ ମାଓ ବିରୋଧୀ ଅପରେସନ୍ ଚାଲିଥିବା ବେଳେ ଏହି ଘଟଣା ଘଟିଛି

ତେବେ ଏହି ଘଟଣାର ଅଳ୍ପ ସମୟ ମଧ୍ୟରେ ସୁରକ୍ଷାବାହିନୀର ଯବାନମାନେ ୬ ଜଣ ନକ୍ସଲଙ୍କୁ ନିପାତ କରିଥିବା ଜଣାପଡ଼ିଛି। ବସ୍ତର ଆଇଜି ପି ସୁନ୍ଦରରାଜ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ତେବେ ଜୋନାଗୁଡ଼ା ଓ ଅଲୀଗୁଡ଼ା ସୀମାରେ ଯବାନମାନେ ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି।

Leave A Reply

Your email address will not be published.