ଭୁବନେଶ୍ବର: ୧୯୮୯ ବ୍ୟାଚ୍ ଆଇପିଏସ୍ ବି.ରାଧିକା ନିଜ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇଛନ୍ତି । ରାଜ୍ୟ ସରକାର ତାଙ୍କର ଆବେଦନକୁ ଗ୍ରହଣ କରି ଫେବୃୟାରୀ ୧ ଅପରାହ୍ନରୁ ତାଙ୍କୁ ସ୍ୱେଚ୍ଛାକୃତ ଅବସର ନେବା ପାଇଁ ଅନୁମତି ଦେଇଛନ୍ତି । ଏନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଧିକା କେନ୍ଦ୍ରୀୟ ଡେପୁଟେସନରୁ ଫେରି ଗତ ନଭେମ୍ବର ୨୮ତାରିଖରେ ଓଡ଼ିଶା କ୍ୟାଡ଼ରରେ ଯୋଗ ଦେଇଥିଲେ । ରାଧିକା ଚଳିତବର୍ଷ ଜୁଲାଇ ମାସରେ ୬୦ବର୍ଷ ବୟସ ପୂରଣ କରୁଥିବାରୁ ଉକ୍ତ ମାସରେ ସରକାରୀ ଚାକିରିରୁ ଅବସର ନେଇଥାନ୍ତେ ।
ପ୍ରମୁଖ ଖବର
୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ମୟୁରଭଞ୍ଜ: ୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଗୁମା ଘାଟି ନିକଟରେ ତଳକୁ ଖସିଲା ବସ୍, ୮ ଯାତ୍ରୀ ଆହତ
ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ
ନେପାଳରୁ ଯାଜପୁର ଫେରିଲେ ଓଡ଼ିଆ ପର୍ଯ୍ୟଟକ
ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ମାଓବାଦୀ ନିହତ