ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

0

ଭୁବନେଶ୍ୱର: ଭିଜିଲାନ୍ସ ଫାଶରେ ମାଲକାନଗିରି କାଡା ଡିଭିଜନର କନିଷ୍ଠ ଯନ୍ତ୍ରୀ ସଂଜୟ ମହାନ୍ତି। ଆୟ ବର୍ହିଭୁତ ସଂପତ୍ତି ଠୁଳ ଅଭିଯୋଗରେ ଗିରଫ କରିଛି ଭିଜିଲାନ୍ସ। କନିଷ୍ଠ ଯନ୍ତ୍ରୀ ସଂଜୟ ମହାନ୍ତିଙ୍କ ଘର ଓ କାର୍ଯ୍ୟାଳୟରେ ଏକକାଳୀନ ଚଢ଼ାଉ ହୋଇଥିଲା। ଚଢ଼ାଉ ବେଳେ ଭଡ଼ା ଘରୁ ୧ଲକ୍ଷ ୧୫ହଜାର ଟଙ୍କା ନଗଦ ଜବତ କରିଥିଲା ଭିଜିଲାନ୍ସ। ଏହାସହ ଗୋଟିଏ କାର ଓ ବାଇକ ବି ଜବତ ହୋଇଥିଲା। ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ୭ଟି ସ୍ଥାନରେ ଚଢ଼ାଉ କରିଥିଲା।

ମାଲକାନଗିରିର ଭଡ଼ାଘର ଓ କାର୍ଯ୍ୟାଳୟ ସମେତ ବାଲେଶ୍ୱର, ଜଳେଶ୍ୱର ଓ ଭୁବନେଶ୍ୱରରେ ଚଢ଼ାଉ ଚାଲିଛି । ଏହି ଚଢ଼ାଉରେ ଜଣେ ଅତିରିକ୍ତ ଏସପିଙ୍କ ସହ ୩ ଜଣ ଡ଼ିଏସପି, ୮ ଜଣ ଇନ୍ସପେକ୍ଟର, ୮ ଜଣ ଏସଆଇ ସାମିଲ ଥିଲେ। ବାଲେଶ୍ୱର ଜଳେଶ୍ୱରରେ ଥିବା ୩ ମହଲା କୋଠା, ଭୁବନେଶ୍ୱର ରଘୁନାଥପୁରରେ ଥିବା ଫ୍ଲାଟ, ପୋଖରୀପୁଟରେ ଥିବା ସମ୍ପର୍କୀୟଙ୍କ ଘର ପ୍ରମୁଖ ସ୍ଥାନରେ ଚଢ଼ାଉ କରାଯାଇଥିଲା।

Leave A Reply

Your email address will not be published.