ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

ଭି.ସୁଜ୍ଞାନ କୁମାର ଦେଓଙ୍କୁ ଦେଖିବା ପାଇଁ ନବୀନ ଗଲେ ଚେନ୍ନାଇ

0

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଚେନ୍ନାଇ ଗସ୍ତରେ ଯାଇଛନ୍ତି। ସେ ଆଜି ସନ୍ଧ୍ୟା ୭ଟାରେ ସ୍ୱତନ୍ତ୍ର ଏୟାରକ୍ରାଫ୍ଟରେ ଚେନ୍ନାଇ ଯାଇ ରାତି ପ୍ରାୟ ୧୨ଟାରେ ଭୁବନେଶ୍ୱର ଫେରିବାର କାର୍ଯ୍ୟକ୍ରମ ରହିଛି। ବିଜେଡିର ବରିଷ୍ଠ ନେତ୍ରୀ ତଥା ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାର ଦେଓଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିବା ପାଇଁ ଚେନ୍ନାଇସ୍ଥିତ ଆପୋଲୋ ହସ୍ପିଟାଲକୁ ଯାଇଥିବା ଜଣାପଡ଼ିଛି। ନବୀନଙ୍କ ସହ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଓ ଉଷା ଦେବୀଙ୍କ ସମେତ ସଂଗଠନ ସମ୍ପାଦକ ପ୍ରଣବପ୍ରକାଶ ଦାସ, ଫାଇଭଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ ମଧ୍ୟ ଚେନ୍ନାଇ ଯାଇଥିବା ଜଣାପଡ଼ିଛି।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭାରୁ ସିଧାସଳଖ ଭୁବନେଶ୍ୱର ବିମାନ ବନ୍ଦର ଅଭିମୁଖେ ଗସ୍ତ କରିଛନ୍ତି। ସନ୍ଧ୍ୟା ୭ଟାରେ ଏକ ସ୍ୱତନ୍ତ୍ର ଏୟାରକ୍ରାଫ୍ଟରେ ସେ ବିଜୁ ପଟ୍ଟନାୟକ ବିମାନ ବନ୍ଦରରୁ ଚେନ୍ନାଇସ୍ଥିତ ଆନ୍ତର୍ଜାତିକ ବିମାନ ବନ୍ଦରକୁ ଯାତ୍ରା କରିଛନ୍ତି । ଚେନ୍ନାଇ ବିମାନ ବନ୍ଦରରୁ କାର ଯୋଗେ ସଡ଼କ ମାର୍ଗରେ ଆପୋଲୋ ହସ୍ପିଟାଲକୁ ଯିବେ। ସେଠାରେ ଭି.ସୁଜ୍ଞାନ କୁମାର ଦେଓଙ୍କ ସହ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ଆଲୋଚନା କରିବେ। ହସ୍ପିଟାଲ ପରିସରରେ ପ୍ରାୟ ଅଧଘଣ୍ଟା ରହି ନବୀନ ରାତି ପ୍ରାୟ ୧୦ଟା ୨୦ମିନିଟରେ ଯାଇଥିବା ଏୟାରକ୍ରାଫ୍ଟ ମାଧ୍ୟମରେ ଚେନ୍ନାଇ ବିମାନ ବନ୍ଦର ଛାଡ଼ିବେ। ରାତି ପ୍ରାୟ ୧୧ଟା ୫୦ମିନିଟରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିବାର କାର୍ଯ୍ୟକ୍ରମ ରହିଛି।  

Leave A Reply

Your email address will not be published.