ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ବିଜେଡି ପକ୍ଷରୁ ରାଜ୍ୟସଭା ପ୍ରାର୍ଥୀ ଘୋଷଣା

0

ଭୁବନେଶ୍ୱର: ଆଜି ବିଜେଡି ପକ୍ଷରୁ ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରାଯାଇଛି। ବାରବାଟୀ-କଟକର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଓ ବିଜେଡି ଯୁବ ଉପସଭାପତି ଶୁଭାଶିଷ ଖୁଣ୍ଟିଆଙ୍କ ନାଁ ଉପରେ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାରିଛନ୍ତି ମୋହର। ବିଜେଡି ପକ୍ଷରୁ ଜାରି କରାଯାଇଥିବା ପ୍ରେସ ବିଜ୍ଞପ୍ତି ମୁତାବକ ଏହି ଦୁଇ ଜଣଙ୍କୁ ରାଜ୍ୟସଭା ପଠାଇବାକୁ ସୁପ୍ରିମୋ ଘୋଷଣା କରିଛନ୍ତି।

ଉଲ୍ଲେଖ ଥାଉ କି ଓଡ଼ିଶାର ୩ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ, ପ୍ରଶାନ୍ତ ନନ୍ଦ ଓ ଅଶ୍ବିନୀ ବୈଷ୍ଣବଙ୍କ କାର୍ଯ୍ୟକାଳ ଆସନ୍ତା ଏପ୍ରିଲ୍ ୩ରେ ଶେଷ ହେଉଛି। ଏହି ତିନିଟି ଆସନ ପାଇଁ ଫେବ୍ରୁଆରି ୨୭ ତାରିଖରେ ନିର୍ବାଚନ ହେବ। ଆଉ ଆଜି ୨ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା ହୋଇଥିଲେ ବି ଆଉ ଜଣଙ୍କ ନାମ ଘୋଷଣା ହୋଇନାହିଁ। କୁହାଯାଉଛି ଯେ ଆସନ୍ତାକାଲି ଆଉ ଜଣେ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇପାରେ।

Leave A Reply

Your email address will not be published.