ପ୍ରମୁଖ ଖବର

ଦୁର୍ନୀତି ଅଭିଯୋଗରେ ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀ ନିଲମ୍ବିତ
ଡଲାର ତୁଳନାରେ ୫୬ ପଇସା ଖସିଲା ଟଙ୍କା
କ୍ୟୁବାରେ ୬.୧ ଓ ଫିଲିପାଇନ୍ସରେ ୮.୧ ତୀବ୍ରତାର ଭୂକମ୍ପ; ଫିଲିପାଇନ୍ସରେ ୩୨ ମୃତ, ସୁନାମି ସତର୍କତା ଜାରି
ମମତା ବାନାର୍ଜୀଙ୍କ ବାସଭବନରେ ସିଆଇଡି ଚଢ଼ାଉ
ମହାରାଷ୍ଟ୍ରର ଜଳଗାଓଁରେ ଭୟାବହ ସଡ଼କ ଦୁର୍ଘଟଣା: ୬ ମୃତ
ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ
ରାଜ୍ୟ କ୍ୟାବିନେଟର ବଡ଼ ନିଷ୍ପତ୍ତି: ଗରିବ ହିତାଧିକାରୀଙ୍କ ପାଇଁ ଘର ପଞ୍ଜୀକରଣ ଖର୍ଚ୍ଚ ହ୍ରାସ

ଅଙ୍ଗଦାତାଙ୍କ ଲାଗି ବଡ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ଅଙ୍ଗଦାନ କରି ଅନ୍ୟର ଜୀବନ ବଞ୍ଚାଉଥିବା ବ୍ୟକ୍ତିଙ୍କ ତ୍ୟାଗ ପାଇଁ, ସେମାନଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଏନେଇ ଘୋଷଣା କରିଛନ୍ତି। ଅଙ୍ଗଦାନ କ୍ଷେତ୍ରରେ ବ୍ୟାପକ ସଚେତନତା ଆଣିବା ସହ ଅଙ୍ଗଦାନ କରି ଅନ୍ୟର ଜୀବନ ବଞ୍ଚାଇବା ପାଇଁ ଏହା ସମାଜକୁ ପ୍ରେରଣା ଦେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

ଅଙ୍ଗଦାନ ଏକ ମହତ ଦାନ । ମସ୍ତିଷ୍କ ମୃତ୍ୟୁ ଘଟୁଥିବା ଲୋକଙ୍କ କ୍ଷେତ୍ରରେ ସେମାନଙ୍କ ଆତ୍ମୀୟମାନେ ସାହସିକ ନିଷ୍ପତ୍ତି ନେଇ ଅଙ୍ଗଦାନ ପାଇଁ ସ୍ୱୀକୃତି ପ୍ରଦାନ କରି ଅନ୍ୟମାନଙ୍କ ଜୀବନ ରକ୍ଷାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛନ୍ତି । ରାଜ୍ୟ ସରକାର ଏହି ଅଙ୍ଗ ପ୍ରତ୍ୟାରୋପଣ ପ୍ରକ୍ରିୟାକୁ ଅଧିକ ସୁଗମ କରିବା ପାଇଁ ୨୦୧୯ ମସିହାରେ ଷ୍ଟେଟ ଓରଗାନ୍ ଏଣ୍ଡ ଟିସ୍ୟୁ ଟ୍ରାନ୍ସପ୍ଲାଣ୍ଟ ଓର୍ଗାନାଇଜେସନ୍ ପ୍ରତିଷ୍ଠା କରିଛନ୍ତି । ଅଙ୍ଗଦାନକୁ ଉତ୍ସାହିତ କରିବା ପାଇଁ ଓଡିଶା ସରକାର ୨୦୨୦ରୁ ସୁରଜ ପୁରସ୍କାର ଆରମ୍ଭ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ଅଙ୍ଗଦାନ କରୁଥିବା ବ୍ୟକ୍ତିଙ୍କ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯାଉଛି। ଏଥି ସହିତ ପ୍ରତିବର୍ଷ ବିଶ୍ୱ ଅଙ୍ଗଦାନ ଦିବସ ଅଗଷ୍ଟ ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ଅଙ୍ଗଦାତାମାନଙ୍କ ନିକଟତମ ଆତ୍ମୀୟଙ୍କୁ ସମ୍ମାନିତ ମଧ୍ୟ କରୁଛନ୍ତି।

Leave A Reply

Your email address will not be published.