ଭୁବନେଶ୍ବର: ସାଧାରଣ ନିର୍ବାଚନ ପାଇଁ ମୁଖ୍ୟ ନିର୍ବାଚନ କମିସନର ରାଜୀବ କୁମାର ଓ ତାଙ୍କ ଟିମ ଓଡ଼ିଶାରେ ପହଞ୍ଚିଛନ୍ତି। ଓଡିଶାରେ ଉଭୟ ବିଧାନସଭା ଓ ଲୋକସଭା ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବେ। ସେମାନେ ଇଭିଏମ୍ ସ୍ଥିତି, ବୁଥ୍ ସ୍ତରରେ ପ୍ରସ୍ତୁତି ଆଦିର ସମୀକ୍ଷା କରିବେ।ମୁଖ୍ୟ ଶାସନ ସଚିବ, ପୁଲିସ ଡିଜି, ମୁଖ୍ୟ ନିର୍ବାଚନ ଅଧିକାରୀ, ଗୃହ ସଚିବ, ଉନ୍ନୟନ କମିସନ ଓ ସବୁ ଜିଲ୍ଲାପାଳ ଏବଂ ଏସ୍ପିଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତାକାଲି (ଶୁକ୍ରବାର) ବିଭିନ୍ନ ରାଜନୈତିକ ଦଳଗୁଡିକର ପ୍ରତିନିଧିଙ୍କ ସହ ଆଲୋଚନା କରିବେ। ସେହିପରି ୧୭ ତାରିଖରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ, ମୁଖ୍ୟ ଶାସନ ସଚିବ ଓ ଡିଜିପିଙ୍କ ସହ ଆଲୋଚନା କରିବେ ନିର୍ବାଚନ କମିଶନର ଓ ତାଙ୍କ ଟିମ। ସମସ୍ତଙ୍କ ସହ ବୈଠକ ପରେ ଇସିଆଇ ୧୭ ତାରିଖ ଅପରାହ୍ଣରେ ସାମ୍ବାଦିକ ସମ୍ମିଳନୀ କରିବାର କାର୍ଯ୍ୟକ୍ରମ ରହିଛି।
ପ୍ରମୁଖ ଖବର
ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ